Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହାଇସ୍କୁଲ ଛାତ୍ରୀ କ୍ୟାରିଅର ସଚେତନ ପାଇଁ ଆରମ୍ଭ ହେଲା ଆଇବିଏମ୍‌ ଷ୍ଟେମ୍‌ ସୁବିଧା, ଜାଣନ୍ତୁ ଏହା କଣ
ବିଶେଷ ଖବର

ହାଇସ୍କୁଲ ଛାତ୍ରୀ କ୍ୟାରିଅର ସଚେତନ ପାଇଁ ଆରମ୍ଭ ହେଲା ଆଇବିଏମ୍‌ ଷ୍ଟେମ୍‌ ସୁବିଧା, ଜାଣନ୍ତୁ ଏହା କଣ

June 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର,  ରାଜ୍ୟରେ ୩୦ଟି ଜିଲ୍ଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ଷ୍ଟେମ୍‌ ସୁବିଧା ଆରମ୍ଭ କରାଯାଇଛି । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୁବିଧାର ଶୁଭାରମ୍ଭ କରିଛନ୍ତି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଓସେପାର ରାଜ୍ୟ ପ୍ରକଳ୍ପ ସଂଯୋଜକ ଭୂପେନ୍ଦ୍ର ସିଂ ପୁନିଆ, ଆଇବିଏମ୍‌ ଭାରତ ଓ ଦକ୍ଷିଣ ଏସିଆର ସିଏସ୍‌ଆର୍‌ ମୁଖ୍ୟ ମନୋଜ ବାଳଚନ୍ଦ୍ରନ୍‌ ତଥା ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଏହି ସୁବିଧା ମାଧ୍ୟମରେ ବିଦ୍ୟାଳୟ ଛାତ୍ରୀମାନେ ଡିଜିଟାଲ୍‌ ସାକ୍ଷରତା ଅର୍ଜନ କରିବା ସହିତ ଜୀବନକୌଶଳ ତଥା ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ କରିପାରିବେ । ଏହି ବିଦ୍ୟାଳୟଗୁଡ଼ିକ ଏକବିଂଶ ଶତାବ୍ଦୀର ଉପଯୋଗୀ ଦକ୍ଷତା ପ୍ରଶିକ୍ଷଣ କ୍ଷେତ୍ରରେ ରାଜ୍ୟର ଅନ୍ୟ ବିଦ୍ୟାଳୟଗୁଡ଼ିକ ପାଇଁ ରୋଲ୍‌ ମଡେଲ୍‌ ହେବେ । ରାଜ୍ୟ ଓ ଜିଲ୍ଲା ସ୍ତରରେ ଏଥିପାଇଁ ଆଇବିଏମ୍‌ ଏବଂ ଏହାର ସହଯୋଗୀ କେ୍ୱଷ୍ଟ ଆଲିଆନ୍ସ ତଥା ଅନ୍ୟମାନେ ମାଷ୍ଟର ଟ୍ରେନରମାନଙ୍କୁ ପ୍ରସ୍ତୁତ କରିବେ । ଏହା ଫଳରେ ଶିକ୍ଷକମାନଙ୍କର ଦକ୍ଷତା ବୃଦ୍ଧି ସହିତ ଜାତୀୟ ଶିକ୍ଷାନୀତି ଅନୁସୃତ ରାଜ୍ୟ ପାଠ୍ୟକ୍ରମ ସହିତ ସମତୁଲ ଭାବରେ ଶିକ୍ଷାର୍ଥୀମାନଙ୍କ ଦକ୍ଷତା ବୃଦ୍ଧି ପାଇବ ।

ମନ୍ତ୍ରୀ ଦାଶ ରାଜ୍ୟରେ ଶିକ୍ଷା ପ୍ରଦର୍ଶନ ଗ୍ରେଡିଂ ସୂଚକାଙ୍କରେ ଅଭିବୃଦ୍ଧି ଘଟିଥିବା ଦର୍ଶାଇ ସନ୍ତୋଷ ପ୍ରକାଶ କରିଥିଲେ । ସେ କହିଥିଲେ ଯେ ୨୦୧୮-୧୯ ଶିକ୍ଷାବର୍ଷରେ ଉପରୋକ୍ତ ସୂଚକାଙ୍କରେ ଓଡ଼ିଶାର ସ୍କୋର ୭୪୯ ଥିବାବେଳେ ତାହା ୨୦୧୯-୨୦ ଶିକ୍ଷାବର୍ଷରେ ୮୩୮କୁ ବୃଦ୍ଧି ପାଇଛି ଓ ରାଜ୍ୟର ମାନ୍ୟତାକୁ ସମୃଦ୍ଧ କରିଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ବଳରେ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମି, ପରିଚାଳନା ଓ ସମତା ପ୍ରଦର୍ଶନରେ ଉଲ୍ଲେଖନୀୟ ଉନ୍ନତି ଘଟିଛି ବୋଲି ମନ୍ତ୍ରୀ ଉଲ୍ଲେଖ କରିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏହି ଯୋଜନା ଅଧୀନରେ ଚାଲିଥିବା କାର୍ଯ୍ୟକ୍ରମଗୁଡ଼ିକୁ ପ୍ରଶଂସା କରିଥିଲେ ଏବଂ ଗୁଣାତ୍ମକ ଶିକ୍ଷାରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଧାରାରେ ଏହି ସୁବିଧାକୁ ପରବର୍ତ୍ତୀ ସମୟରେ ହଜାରଟି ହାଇସ୍କୁଲକୁ ସଂପ୍ରସାରିତ କରାଯିବା ଉପରେ ଗୁରୁତ୍ୱ ଦେଇଥିଲେ ।

ଆଜିର ଆଇବିଏମ୍‌ ଷ୍ଟେମ୍‌ ଶୁଭାରମ୍ଭ କାର୍ଯ୍ୟକ୍ରମ ପରେ ପରେ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ତାଲିମ କାର୍ଯ୍ୟକ୍ରମରେ ୩୦ଟି ଯାକ ଜିଲ୍ଲାର ୫୧୬ ଜଣ ଶିକ୍ଷକ, ୨୫୮ ଜଣ ପ୍ରଧାନଶିକ୍ଷକ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀବୃନ୍ଦ ଅଂଶଗ୍ରହଣ କରୁଛନ୍ତି । ସେମାନଙ୍କୁ ଭର୍ଚୁଆଲ ସୁବିଧା ପ୍ରଦାନ ନିମନ୍ତେ ଆବଶ୍ୟକୀୟ ଦକ୍ଷତା, ଏକବିଂଶ ଶତାବ୍ଦୀର ଶିକ୍ଷଣ ପାରଦର୍ଶିତା ଉପରେ ତାଲିମ ପ୍ରଦାନ କରାଯିବ ।

କୋଭିଡ୍‌ ସ୍ଥିତିରେ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ଶିକ୍ଷକମାନେ ଭର୍ଚୁଆଲ ମୋଡ୍‌ରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ପ୍ରଦାନ କରିବାର ବିଭିନ୍ନ ଯୋଜନା ବାବଦରେ ଏହି ତାଲିମରେ ଅବଗତ ହେବେ । ଏହା ବ୍ୟତୀତ ଅଧିକ ସଂଖ୍ୟାରେ ଛାତ୍ରୀମାନଙ୍କୁ ଷ୍ଟେମ୍‌ ମାଧ୍ୟମରେ କ୍ୟାରିୟର ପସନ୍ଦ ପାଇଁ ପଥ ପ୍ରଶସ୍ତ ହେବ । ମହାମାରୀ ସମୟରେ ଡିଜିଟାଲ ସାକ୍ଷରତା ଏବଂ ଆଧୁନିକ ଅନ୍‌ଲାଇନ୍‌ ଶିକ୍ଷଣର ଗୁରୁତ୍ୱ ରହିଥିବାବେଳେ ଶିକ୍ଷକମାନଙ୍କୁ ଏ ବାବଦରେ ଅଧିକ ସଶକ୍ତ କରାଯାଇପାରିବ ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026
Latest News

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.