Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରଜରେ କଣ ପାଇଁ ସମସ୍ତେ ପାନ ଖାଇଥାନ୍ତି, ଜାଣନ୍ତୁ ଏହା ପଛର ରହସ୍ୟ
ବିଶେଷ ଖବର

ରଜରେ କଣ ପାଇଁ ସମସ୍ତେ ପାନ ଖାଇଥାନ୍ତି, ଜାଣନ୍ତୁ ଏହା ପଛର ରହସ୍ୟ

June 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରଜରେ କଣ ପାଇଁ ସମସ୍ତେ ପାନ ଖାଇଥାନ୍ତି, ଜାଣନ୍ତୁ କଣ ରହିଛି ଏହା ପଛର ରହସ୍ୟ

ଭୁବନେଶ୍ବର, ରଜ ହେଉଛି ଓଡିଶାର ଏକ ଗଣପର୍ବ। ଏହି ପର୍ବ ସମୟରେ ଗାଁଗଣ୍ଡା ଉଛୁଳି ପଡେ। ବିଶେଷ କରି ଝିଅମାନଙ୍କର ଏହି ପର୍ବ ବେଶ ଆନନ୍ଦ ଦାୟକ। ତେବେ ଏହି ରଜରେ ଏକ ବହୁଳ ବ୍ୟବହାର ଜିନିଷ ହେଉଛି ପାନ। ସାଧାରଣତଃ ଅନେକ ଲୋକ ପାନ ଦୈନିକ ବ୍ୟବହାର କରିଥାନ୍ତି। ହେଲେ ରଜରେ ପ୍ରାୟ ସମସ୍ତେ ପାନ ଖାଇବାକୁ ପସନ୍ଦ କରିଥାନ୍ତି। ବିଶେଷ କରି ଝିଅମାନେ ରଜ ତିନିଦିନ ପାନଖାଇ ପାଟି ଲାଲ କରି ଗାଁ ଦାଣ୍ଡରେ ବୁଲିଥାନ୍ତି।

ପାନ ଓଡିଆ ସଂସ୍କୃତିରେ କାହିଁ କେଉଁ କାଳରୁ ରହିଆସିଛି। ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ୍କ ଇଷ୍ଟ ଦେବାତା ଜଗନ୍ନାଥ ପ୍ରତିଦିନ ଭୋଜନ ପରେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏହା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିଥାଏ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରି ବନ୍ଦୁତ୍ବ ସଂପର୍କକୁ ସୁଦୃଢ କରିଥାନ୍ତି।

ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ହେଉଛି ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ ବା କ୍ୟାଲସିଅମ ଏବଂ ଖଇର ଦାନ୍ତକୁ ମଜଭୁତ କରିଥାଏ । ରଜ ପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ। ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧନିଆ,  ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ ।

ଏହାକୁ ବିଭିନ୍ନ ଢଙ୍ଗରେ ମଧ୍ୟ ଭଙ୍ଗା ଯାଇଥାଏ। ସେଥିମଧ୍ୟରେ ରହିଛି ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ । ଏପରିକି ପାନ ଦୋକାନୀମାନେ ରଜ ସମୟରେ ପାନ ବିକ୍ରି କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଥାନ୍ତି। ରଜ ଏକ ସଂପର୍କର ବାନ୍ଧିବାର ପର୍ବ ହୋଇଥିବାରୁ ପାନ ତାହାର ମାଧ୍ୟମ ହୋଇଆସିଛି।

ପହିଲି ରଜ ରଜପାନ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026

ଜମାଖୋରୀ ରୋକିବାକୁ ଚିନି ମହଜୁଦ ନିୟମରେ ସଂଶୋଧନ କଲେ ସରକାର

October 2, 2026

ପାର୍ବଣ ଋତୁରେ ସାବଧାନ!: ଏହା ଉପରେ ସମ୍ପୂର୍ଣ୍ଣ ନିଷିଦ୍ଧ ଘୋଷଣା କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ

October 2, 2026

ଗୋଦାବାରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ନିଶା ମୁକ୍ତି ଅଭିଯାନ

October 2, 2026
Latest News

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.