Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୟ ସାହୁଙ୍କ ପରଲୋକ ପରେ ବସିଲା ପ୍ରଥମ ଆଦର୍ଶ ବିଦ୍ୟାଳୟ ବୈଠକ, ନିଆଗଲା ଏହି ନିଷ୍ପତି
ବିଶେଷ ଖବର

ବିଜୟ ସାହୁଙ୍କ ପରଲୋକ ପରେ ବସିଲା ପ୍ରଥମ ଆଦର୍ଶ ବିଦ୍ୟାଳୟ ବୈଠକ, ନିଆଗଲା ଏହି ନିଷ୍ପତି

June 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୟ ସାହୁଙ୍କ ପରଲୋକ ପରେ ବସିଲା ପ୍ରଥମ ଆଦର୍ଶ ବିଦ୍ୟାଳୟର ବୈଠକ, ନିଆଗଲା ଏହି ନିଷ୍ପତି

ଭୁବନେଶ୍ୱର, ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ଜାରି ରହିଥିବା ନିର୍ମାଣ କାର୍ଯ୍ୟ ବାବଦରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ଜଣାପଡ଼ିଛି ଯେ ଭୁବନେଶ୍ୱରରର ଅନ୍ଧାରୁଆଠାରେ ନିର୍ମାଣାଧୀନ ମଡେଲ ଆଦର୍ଶ ବିଦ୍ୟାଳୟର ପାଚେରୀ କାନ୍ଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ପୂର୍ଣ୍ଣାଙ୍ଗ କାର୍ଯ୍ୟ ୨୦୨୨ ସୁଦ୍ଧା ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଓଡ଼ିଶାର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ୫୦୦ ଜଣ ମେଧାବୀ ବିଦ୍ୟାର୍ଥୀଙ୍କୁ ମେଡିକାଲ, ଇଂଜିନିୟରିଂ ଏବଂ ଅନ୍ୟ ପ୍ରବେଶିକା ପରୀକ୍ଷା ପାଇଁ ଏଠାରେ ପ୍ରଶିକ୍ଷଣ ଦିଆଯିବ । ଏହା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ସ୍ୱର୍ଗତ ବିଜୟ କୁମାର ସାହୁଙ୍କର ଏକ ଅଭିଳଷିତ ପ୍ରକଳ୍ପ ଥିଲା ଏବଂ ପ୍ରମୁଖ ଶାସନ ସଚିବ ଆଗାମୀ ଶିକ୍ଷାବର୍ଷରୁ ଏଠାରେ ଶିକ୍ଷାରମ୍ଭ କରି ସଂଗଠନର ଉପଦେଷ୍ଟାଙ୍କ ପ୍ରତି ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ପ୍ରଦର୍ଶନ କରିବାକୁ କହିଥିଲେ ।

ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଏବଂ ଟାଟା ଷ୍ଟିଲ୍‌ ଦ୍ୱାରା ଜାରି ରହିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟର ସମୀକ୍ଷା କରାଯିବା ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହି କାର୍ଯ୍ୟଗୁଡ଼ିକ ସଂପୂର୍ଣ୍ଣ କରିବା ପାଇଁ ନିବେଦନ କରାଯାଇଥିଲା । ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ବରଗଡ଼ର ଜିଲ୍ଲାପାଳମାନଙ୍କୁ ଜମିଜମା ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ସହ ଜମିର ମାଲିକାନା ନିର୍ବାହୀ ଯନ୍ତ୍ରୀମାନଙ୍କୁ ହସ୍ତାନ୍ତର କରିବାକୁ କୁହାଯାଇଥିଲା ।

କେଉଁଝର, ଯାଜପୁର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାମାନଙ୍କରେ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଓମ୍‌ବାଡ୍‌ସ ପାଣ୍ଠିରେ ନିର୍ମିତ ହେଉଥିବା ହଷ୍ଟେଲ, ପଚୋରୀ କାନ୍ଥ, ସାଇକେଲ ଷ୍ଟାଣ୍ଡ, ଗମନାଗମନ ରାସ୍ତା ଆଦି ବାବଦରେ ମଧ୍ୟ ସମୀକ୍ଷା କରାଯାଇଥିଲା । ସମସ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ଏହି ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଅନୁରୋଧ କରାଯାଇଥିଲା ।

ଏହି ସମୀକ୍ଷା ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା, ପୂର୍ତ୍ତ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ, ଆର୍‌ଡବ୍ଲୁ୍ୟଏସ୍‌ଏସ୍‌ର ମୁଖ୍ୟ ଯନ୍ତ୍ରୀ, ଟାଟା ଷ୍ଟିଲ୍‌ ଲିମିଟେଡ୍‌ର ପ୍ରତିନିଧି, ଓବିସିସିର ପରିଚାଳନା ନିର୍ଦ୍ଦେଶକ, ବିଭାଗୀୟ ଅତିରିକ୍ତ ସଚିବ, ଅନ୍ୟ ସମସ୍ତ ସଂପୃକ୍ତ ର୍ନିବାହୀ ଯନ୍ତ୍ରୀ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଦର୍ଶ ବିଦ୍ୟାଳୟ ଓଡିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଠା ବିଜୟ କୁମାର ସାହୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026
Latest News

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.