Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡ ପରିଚାଳନା ପାଇଁ ଆଉ ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କୋଭିଡ ପରିଚାଳନା ପାଇଁ ଆଉ ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି ।

ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡ, ଝାରସୁଗୁଡା, ବୌଦ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣା ଯାଇଛି। ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରି କହିଛନ୍ତି ଯେ ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଂକଟରୁ ମୁକ୍ତ ହେବୁ। ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ, ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡିଶାର ଜନସାଧାରଣଙ୍କୁ ଦେଇଛନ୍ତି। ଆଗଧାଡିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡୀ ଓ ଆଶାକର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି।

ପଶ୍ଚିମ ଓଡିଶା ବିକାଶ ପରିଷଦ, ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପରିଷଦ ଯେପରି ଅଧିକ ବିକାଶ କାମ କାର୍ଯ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି। ବିକାଶ ପରିଷଦ ଏହାର ଦାୟିତ୍ବ ସଫଳ ଭାବରେ ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ଅକ୍‌ସିଜେନ ଯୋଗାଣରେ ଓଡିଶା ନୂଆ ପରିଚୟ ସୃଷ୍ଟି କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏ ସଂକଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ – ଏହା ଆମର ସିଦ୍ଧାନ୍ତ ବୋଲି ପ୍ରକାଶ କରି ପ୍ରତ୍ୟେକ ଲୋକ ଯେପରି ଉତ୍ତମ ଚିକିତ୍ସା ସେବା ପାଇପାରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ  ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଗ୍ରାମ୍ୟ ଉନ୍ନୟମ ମନ୍ତ୍ରୀ ସୁଷାନ୍ତ ସିଂହ, ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ଏବଂ ସାଂସଦ ଓ ବିଧାୟକ ମାନେ ଯୋଗ ଦେଇଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।

କୋଭିଡ ପରିଚାଳନା ଭିଡିଓ କନ୍‌ଫରେନ୍‌ସିଂ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026

ସେବାୟତ ବିବାଦ : ମହାପ୍ରଭୁ ଖେଳି ପାରିଲେନି ଚାପ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.