Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ

June 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (LMO) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (PSA Plant) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ।

ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି PSA Plant ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି PSA Plant ଦ୍ବାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର‌୍ୟ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର‌୍ୟ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର‌୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ 5ଟି ଭି.କେ. ପାଣ୍ଡିଆନ କାଯ୍ୟକ୍ରମ ସଂଚାଳନ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଅକ୍ସିଜେନ ପ୍ଲାଣ୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟ ଭିତ୍ତିଭୂମି
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଏଲିଏନ୍‌ମାନଙ୍କର ଗୁପ୍ତ ତଥ୍ୟ ପ୍ରକାଶ କରିବ ଆମେରିକା!: ବଡ଼ ନିର୍ଦ୍ଦେଶ ଜାରି କଲେ ଟ୍ରମ୍ପ୍ 

February 20, 2026

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.