Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟର ଅନାଥ ଶିଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କଲେ ‘ଆଶୀର୍ବାଦ ଯୋଜନା’
ବିଶେଷ ଖବର

ରାଜ୍ୟର ଅନାଥ ଶିଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କଲେ ‘ଆଶୀର୍ବାଦ ଯୋଜନା’

June 20, 2021No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା,ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିକ୍ଷାଦୀକ୍ଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ‘ଆଶୀର୍ବାଦ’ ଘୋଷଣା କରିଛନ୍ତି।

ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି। ବାପା, ମା ଉଭୟଙ୍କୁ ହରାଇ ଥିବା ପିଲା ଏବଂ ବାପା, ମା’ଙ୍କ ମଧ୍ୟରୁ ଜଣଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନ କାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା।

ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨ ହଜାର ୫୦୦ ଟଙ୍କା ଜମା କରାଯିବ। ପିଲାକୂ ୧୮ ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆ ଯିବ ନାହିଁ।

ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ।

ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ସାମିଲ କରାଯିବ।

ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି, ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ ।ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ, କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟ ରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ।

ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିଁବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲାପାଳ ସହଯୋଗ ଯୋଗାଇ ଦେବେ।

ଉଚ୍ଚ ଶିଷା ପାଇଁ ପିଲାକୁ ରାଜ୍ୟ ସରକାରଙ୍କ ଗ୍ରୀନ ପାସେଜ ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ।

ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ ଘର ମଞ୍ଜୁର କରାଯିବ।

ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ, ଆଉଟ ଅଫ ଟର୍ନ ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ।
ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲା ର ଦାୟିତ୍ୱ ନେଇଥିବା ଆତ୍ମୀୟ ଙ୍କ ସହ ନିୟମିତ ଯୋଗାଯୋଗ ରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ।

ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ଜୁଭେନାଇଲ ଜଷ୍ଟିସ ଫଣ୍ଡରୁ ଆବଶ୍ୟକ ସ୍ଥଳେ ଏ ପିଲା ମାନଙ୍କୁ ସହାୟତା ମିଳିପାରିବ।

ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟଙ୍କ ପାଖରେ ନ ରହି କୋୖଣସି ଶିଶୁ ଯତ୍ନ ଶିକ୍ଷାନୁଷ୍ଠାନରେ ରୁହନ୍ତି ତେବେ ସେ କ୍ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା ପ୍ରତି ମାସରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ। ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ।

ପିଲାର ଶିକ୍ଷା, ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରାଯିବ।

ଯେଉଁ କ୍ଷେତ୍ର ରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ। ପିଲାକୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ କ୍ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ।

ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞ୍ଜୁର କରାଯିବ। ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ। ଏତଦ୍ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି ଫ୍ରଣ୍ଟଲାଇନ ୱାର୍କର ସିଭିଲ ଷୋସାଇଟି ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ।

ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUକଙ୍କୁ ଆବେଦନ କରିପାରିବେ। ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ ସ୍ଵତନ୍ତ୍ର ଅଭିଯାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

‘ଆଶୀର୍ବାଦ ଯୋଜନା’ ଅନାଥ ଶିଶୁ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026

ବାଣ ଭିଡିବା ବେଳେ ବିସ୍ଫୋରଣ : ପୁଅ ମୃତ

June 24, 2026
Latest News

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.