Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହାରାଷ୍ଟ୍ରରେ ବ୍ଲାକ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ୮ ହଜାରରେ ପହଞ୍ଚିଲା, ୨୧ ଜଣ ଡେଲଟା ପ୍ଲସ ଆକ୍ରାନ୍ତ ଚିହ୍ନଟ
ଜାତୀୟ ଖବର

ମହାରାଷ୍ଟ୍ରରେ ବ୍ଲାକ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ୮ ହଜାରରେ ପହଞ୍ଚିଲା, ୨୧ ଜଣ ଡେଲଟା ପ୍ଲସ ଆକ୍ରାନ୍ତ ଚିହ୍ନଟ

June 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହାରାଷ୍ଟ୍ରରେ ବ୍ଲାକ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ୮ ହଜାରରେ ପହଞ୍ଚିଲା, ୨୧ ଜଣ ଡେଲଟା ପ୍ଲସ ଆକ୍ରାନ୍ତ ଚିହ୍ନଟ

ମୁମ୍ବାଇ, ମହାରାଷ୍ଟ୍ରରେ ମ୍ୟୁକର୍ମାଇକୋସିସ୍ ବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ୭ ହଜାର ୯୯୮ କୁ ବୃଦ୍ଧି ପାଇଛି। ଏଥିସହିତ ଏହି ରୋଗରେ ରାଜ୍ୟରୁ ୭୨୯ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ରାଜ୍ୟରେ ୪ ହଜାର ୩୯୮ ବ୍ଲାକ ଫଙ୍ଗସ୍ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ନାଗପୁରରେ ସର୍ବାଧିକ ୧ ହଜାର ୨୯୬ ଆକ୍ରାନ୍ତ, ପୁଣେରେ ୧ ହଜାର ୧୮୭ ଏବଂ ଔରଙ୍ଗାବାଦରେ ୯୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ କାଲି ଗୋଟିଏ ଦିନରେ ମହାରାଷ୍ଟ୍ରରେ ୬ ହଜାର ୨୭୦ ନୂତନ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ୧୩ ହଜାର ୭୫୮ ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ ୧ ଲକ୍ଷ ୨୪ ହଜାର କରୋନା ପଜେଟିଭ ଚିକିତ୍ସିତ ହେଉଛନ୍ତି। ଗତକାଲି ଗୋଟିଏ ଦିନରେ କୋଭିଡ ସଂକ୍ରମଣରେ ୯୪ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ମୁମ୍ବାଇରେ ୫୧୮ ଏବଂ ପୁଣେରେ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ସମୟରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି ଯେ ରାଜ୍ୟର ସମସ୍ତ ଜିଲ୍ଲାରେ ୧୮ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କୁ ଟିକାକରଣ ଆରମ୍ଭ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ମହାରାଷ୍ଟ୍ରରେ କୋଭିଡର ଡେଲଟା ପ୍ଲସ୍ ଭାଇରସ ଦ୍ୱାରା ପ୍ରଭାବିତ ୨୧ ରୋଗୀଙ୍କୁ ଚିହ୍ନଟ କରାଯାଇଛି।  ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି ଯେ ରତ୍ନଗିରିରୁ ୭ ଜଣ, ଜଲଗାଓଁ ଏବଂ ମୁମ୍ବାଇର ୨ ଜଣ ରୋଗୀ ଏବଂ ଥାନେ, ପାଲ ଘର ଏବଂ ସିନ୍ଧୁଦର୍ଗ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଟୋପ ସୂଚନା ଦେଇଛନ୍ତି ଯେ ମେ ୧୫ ରୁ ଡେଲଟା ପ୍ଲସକୁ ଚିହ୍ନିବା ପାଇଁ ପ୍ରତ୍ୟେକ ଜିଲ୍ଲା ଠାରୁ ୧୦୦ ଟି ନମୁନା ସଂଗ୍ରହ କରାଯାଇଥିଲା। ସେ କହିଛନ୍ତି ଯେ ବିଭିନ୍ନ ଜିଲ୍ଲାରୁ ସଂଗ୍ରହ ହୋଇଥିବା ସାତ ହଜାର ୫୦୦ ନମୁନା ମଧ୍ୟରୁ ୨୧ ଜଣ ରୋଗୀ ଚିହ୍ନଟ ହୋଇଥିଲେ।

ବ୍ଲାକ ଫଙ୍ଗସ୍
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.