Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତିଙ୍କ ଭର୍ଚୁଆଲ ବୈଠକ
ଜାତୀୟ ଖବର

ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତିଙ୍କ ଭର୍ଚୁଆଲ ବୈଠକ

June 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତିଙ୍କ ଭର୍ଚୁଆଲ ବୈଠକ

ଭୁବନେଶ୍ୱର, ସଂସଦ ଓ ବିଧାନସଭା କାର୍ଯ୍ୟକାଳର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭା ବାଚସ୍ପତି ଡ. ଓମ୍‌ ବିର୍ଲା ଏକ ଭର୍ଚୁଆଲ୍‌ ସମୀକ୍ଷା ବୈଠକ କରିଛନ୍ତି । ଏଥିରେ ବିଭିନ୍ନ ରାଜ୍ୟର ବିଧାନସଭା ଓ ବିଧାନ ପରିଷଦର ଅଧ୍ୟକ୍ଷମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ପ୍ରାରମ୍ଭରେ ସ୍ୱାଗତ ଭାଷଣ ଦେଇ ଲୋକସଭା ବାଚସ୍ପତି ସଂସଦୀୟ ଗଣତନ୍ତ୍ରର ମହାନ୍‌ ପରମ୍ପରା ବିଷୟ ଅବତାରଣା କରି ଗରୀୟାନ୍‌ ଗଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ପାଇଁ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ପ୍ରକାଶ କରିଥିଲେ ।

କୋଭିଡ୍‌ ପରିସ୍ଥିତିର ସଫଳ ମୁକାବିଲା ଦିଗରେ ଦଳମତ ନିର୍ବିଶେଷରେ ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ଜନସାଧାରଣଙ୍କ ସକି୍ରୟ ସହଯୋଗର ମଧ୍ୟ ସେ ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବୈଠକରେ ଅଂଶଗ୍ରହଣ କରି ଓଡ଼ିଶା ବିଧାନସଭା ତରଫରୁ ବର୍ଷକୁ ଅନ୍ତତଃ ୬୦ ଦିନ ବୈଠକ ବସୁଥିବା ବ୍ୟବସ୍ଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ହୋଇଥିବା ପ୍ରକାଶ କରିଥିଲେ ।

ଓଡ଼ିଶା ବିଧାନସଭାର ପ୍ରତ୍ୟେକ ଆଲୋଚନାକୁ ଜନସାଧାରଣଙ୍କ ନିକଟରେ ତ୍ୱରିତ ବେଗରେ ପହଞ୍ଚାଇବା ପାଇଁ ବିଧାନସଭାକୁ ଇ-ବିଧାନସଭାରେ ପରିଣତ କରାଯାଉଥିବା ମଧ୍ୟ ସେ ପ୍ରକାଶ କରିଥିଲେ । ବର୍ତ୍ତମାନ ତାରକାଚିହ୍ନିତ ପ୍ରଶ୍ନାବଳୀକୁ ଛାଡ଼ିଦେଲେ ବିଧାନସଭାର ଅନ୍ୟ ସମସ୍ତ କାର୍ଯ୍ୟକ୍ରମ ଓ ବିବରଣୀ ବିନା କାଗଜରେ ସଂପନ୍ନ ହେଉଥିବା ମଧ୍ୟ ସେ କହିଛନ୍ତି ।

ନେଭା ମାଧ୍ୟମରେ ବିଧାନସଭା ସଚିବାଳୟର ସମସ୍ତ କାର୍ଯ୍ୟ ଇ-ମୋଡ୍‌ରେ ହେଉଥିବା ମଧ୍ୟ ସେ ସୂଚନା ଦେଇଥିଲେ । ସମ୍ବିଧାନର ୧୦ମ ଅନୁଚ୍ଛେଦର ସଂଶୋଧନ ପାଇଁ ଆସାମ, ଓଡ଼ିଶା ଓ ରାଜସ୍ଥାନର ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନ ହୋଇଥିବା ଏବଂ କମିଟି ତା’ର ରିପୋର୍ଟ ପ୍ରଦାନ କରିଥିବା କହିଛନ୍ତି । ସଂସଦୀୟ ଗଣତାନ୍ତ୍ରକୁ ସୁଦୃଢ଼ କରିବା ପାଇଁ ନୂତନ ବ୍ୟବସ୍ଥା ଏବଂ ସମ୍ଭାବନାର ବୀଜବପନ କରାଯାଉଥିବା ମଧ୍ୟ ସେ କହିଛନ୍ତି ।

ଲୋକସଭା ବାଚସ୍ପତିଙ୍କ ପରାମର୍ଶ କ୍ରମେ ଗୁଜୁରାଟ, ଆସାମ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ପ୍ରଭୃତି ରାଜ୍ୟର ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷିତ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବା ପାଇଁ ବାଚସ୍ପତିଙ୍କ କାର୍ଯ୍ୟାଳୟରେ ଏକ ପ୍ରକୋଷ୍ଠ ଖୋଲାଯାଇଥିବା ଏବଂ କୋଭିଡ୍‌ ପରିସ୍ଥିତିର ସଫଳ ମୁକାବିଲା ହେଉଥିବା ସେ ପ୍ରକାଶ କରିଛନ୍ତି ।

ଆସନ୍ତା ମାସରେ ପାର୍ଲିଆମେଣ୍ଟ ଅଧିବେଶନ ବସୁଥିବା ଦୃଷ୍ଟିରୁ ପରିସ୍ଥିତି ଉପରେ ନଜର ରଖି ଏବଂ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ପାଳନ କରି ଓଡ଼ିଶା ବିଧାନସଭାର ମଧ୍ୟ ଅଧିବେଶନ ବସିବ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ଡଃ ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ବିଧାନସଭା ବାଚସ୍ପତି ଲୋକସଭା ବାଚସ୍ପତି ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.