Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ଜ୍ୟେଷ୍ଠ ପୂର୍ଣ୍ଣିମାରେ କଣ ପାଇଁ ତିନି ଠାକୁରଙ୍କୁ ୧୦୮ ସୁନା କଳସୀ ଜଳରେ ସ୍ନାନ କରାଯାଇଥାଏ ?
RathJatra

ଜ୍ୟେଷ୍ଠ ପୂର୍ଣ୍ଣିମାରେ କଣ ପାଇଁ ତିନି ଠାକୁରଙ୍କୁ ୧୦୮ ସୁନା କଳସୀ ଜଳରେ ସ୍ନାନ କରାଯାଇଥାଏ ?

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜ୍ୟେଷ୍ଠ ପୂର୍ଣ୍ଣିମାରେ କଣ ପାଇଁ ତିନି ଠାକୁରଙ୍କୁ ୧୦୮ ସୁନା କଳସୀ ଜଳରେ ସ୍ନାନ କରାଯାଇଥାଏ ?

ଭୁବନେଶ୍ବର, ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରିଥାନ୍ତି। ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ସେଥିପାଇଁ ଏହି ଦିନକୁ ଦେବସ୍ନାନ ବୋଲି କୁହାଯାଇଥାଏ। ଏହି ସ୍ନାନ ପରେ ତିନିଠାକରୁ ଜରରେ ପଡନ୍ତି, ତାଙ୍କର ଉପାଚାର ମଧ୍ୟ କରାଯାଇଥାଏ। ଏହାପରେ ସେ ରଥଯାତ୍ରାରେ ରଥ ଉପରେ ସମସ୍ତଙ୍କୁ ଦର୍ଶନ ଦିଅନ୍ତି।

ତେବେ ସାଧାରଣରେ ପ୍ରଶ୍ନ ଉଠେ ଯେ, ତିନିଠାକୁର ଏହି ଦିନ କଣ ପାଇଁ ସ୍ନାନ କରିଥାନ୍ତି। ପୁରାଣ ଶାସ୍ତ୍ର ଅନୁସାରେ ଏହି ଜ୍ୟେଷ୍ଠ ପୂର୍ଣ୍ଣିମା ହେଉଛି ଶ୍ରୀଜୀୟୁଙ୍କର ଜନ୍ମ ଦିନ। ଏହି ଦିନ ତିନିଠାକୁର ଦାରୁ ବ୍ରହ୍ମ ରୂପରେ ଆର୍ବିଭାବ ହୋଇଥିଲେ। ସେତେବେଳେ ମହାରାଜ ଇନ୍ଦ୍ରଦ୍ୟୁମ ଦାରୁବ୍ରହ୍ମଙ୍କୁ ସମୁଦ୍ରରୁ ପାଇବା ପରେ ତାଙ୍କୁ ପ୍ରଥମେ ସ୍ନାନ କରାଇଥିଲେ।

ସେତେବେଳେ ଇନ୍ଦ୍ରଦ୍ରୁମ ଏକ କାଠର ମଞ୍ଚ ତିଆରି କରି ତାଉପରେ ଦାରୁବ୍ରହ୍ମଙ୍କୁ ବିଜେ କରାଇଥିଲେ। ସେହିଠାରେ ସେତେବେଳେ ଦାରୁବ୍ରହ୍ମଙ୍କୁ ୧୦୮ ସୁନା କଳସୀ ଜଳରେ ପ୍ରଥମେ ସ୍ନାନ କରାଇଥିଲେ। ଏହାପରେ ମୂର୍ତ୍ତି ନିର୍ମାଣ ଆରମ୍ଭ କରାଯାଇଥିଲା। ସେହି ଦିନଠାରୁ ପ୍ରତି ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ତିନିଠାକୁରଙ୍କୁ ସ୍ନାନ କରାଯାଉଛି। ସେତେବେଳେ ମଣ୍ଡପ ନ ଥିବାରୁ ଏକ କାଠର ମଞ୍ଚ କରାଯାଇ ସ୍ନାନ କରାଯାଇଥିବାରୁ କେତେକ ଶାସ୍ତ୍ରରେ ଏହାକୁ ‘ମଞ୍ଚସ୍ନାନ’ ବୋଲି ମଧ୍ୟ ଉଲ୍ଲେଖ ରହିଛି।

ଜ୍ୟେଷ୍ଠମାସ ପୂର୍ଣ୍ଣିମାଠାରୁ ମହାପ୍ରଭୃଙ୍କର ପ୍ରଥମ ସ୍ଥାନଲୀଲା ଆରମ୍ଭ ହୋଇଥିଲା। ଜାତିବର୍ଣ୍ଣ ଧର୍ମ ନିର୍ବିଶେଷରେ ସେ ସମସ୍ତଙ୍କୁ ଦର୍ଶନ ଦେଇଥିଲେ। ସେଥିପାଇଁ ଏହି ଲୀଳାକୁ ପତିତପାବନ ଲୀଳା ବୋଲି କୁହାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଇଥାଏ।

Puri shreemandir ଦେବସ୍ନାନ ପୂର୍ଣ୍ଣିମା ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026

ଗଞ୍ଜାମରେ ଓଲଟିଲା ବସ୍‌

April 18, 2026

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026

କୃଷିଭବନଠାରେ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ

April 18, 2026
Latest News

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026

ବାର ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026

ଗଞ୍ଜାମରେ ଓଲଟିଲା ବସ୍‌

April 18, 2026

ରୁଷଠାରୁ ତେଲ କିଣିବା ଜାରି ରଖିବ ଭାରତ : ରିହାତି ବୃଦ୍ଧି କଲା ଆମେରିକା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.