ସ୍ନାନଯାତ୍ରା ପରେ ତିନିଠାକୁରଙ୍କ ଗଜାନନ ବେଶ ଧାରଣ କରିବା ପଛରେ ରହିଛି ଏକ ଆଶ୍ଚର୍ଯ୍ୟ କାହାଣୀ

Published: Jun 24, 2021, 6:12 am IST

ଭୁବନେଶ୍ବର, ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ ।

ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ।ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି।

Related posts