Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ

June 24, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା, ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି।

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ସୂଯ୍ୟୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ଏହି କାର‌୍ୟ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର‌୍ୟ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର‌୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅକ୍ସିଜେନ ପ୍ଲାଣ୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.