Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: କାଳିଆ ଯୋଜନାରେ ଭୂମିହୀନ କୃଷକ ପାଇଲେ ୩୮୬ କୋଟି ଟଙ୍କା
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: କାଳିଆ ଯୋଜନାରେ ଭୂମିହୀନ କୃଷକ ପାଇଲେ ୩୮୬ କୋଟି ଟଙ୍କା

June 30, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଅନ୍ତର୍ଭୁକ୍ତ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ ରାଜ୍ୟର ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରି ସେ ବହୁତ ଖୁସି। ଚାଷୀ, ଶ୍ରମିକ ଓ ମଜଦୁର ମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ନାଭିକେନ୍ଦ୍ର (ଘଙ୍କମକ୍ଷରଙ୍କଗ୍ଦ)। ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତି କୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀ ର ତ୍ୟାଗ ଓ ପରିଶ୍ରମ ରହିଛି ବୋଲି ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ M S Swaminathan Committee ସୁପାରିସ କୁ କାଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର‌୍ୟ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ଵାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି ବୋଲି ସେ ପ୍ରକାଶ କରିଥିଲେ । କାଳିଆ ଯୋଜନା ଯୋଗୁଁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ,” କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଢିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତି କୁ ବଞ୍ଚାଇ ଥିଲା । ଦ୍ଵିତୀୟ ଲହରରେ ଲକଡାଉନ ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ,ଶ୍ରମିକ, ଉଠା ଦୋକାନୀ , ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ୱାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟୀକା ନେବା ସହିତ କୋଭିଡର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । କୃଷକ ମାନଙ୍କ ସ୍ଵାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ ନେତୃତ୍ଵର ସେ ଉଚ୍ଚ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀ ମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ନିଜ ସଫଳତା ସମ୍ପର୍କରେ ବର୍ଣ୍ଣନା କରି ମାଳତି ମେଲେକା କହିଥିଲେ କାଳିଆ ଯୋଜନାରେ ପାଇଥିବା ସହାୟତାକୁ ସେ ଛତୁ ଚାଷରେ ବିନିଯୋଗ କରି ଲାଭବାନ ହୋଇଛନ୍ତି । ସେହିପରି ସୁନ୍ଦରଗଡ ର ସୂରଥ ମାଝୀ କାଳିଆ ଯୋଜନା ସହାୟତାରେ ଜାଲ କିଣି ମାଛ ଧରିବା ସହ ଚାଷ କରି ସେ କିପରି ଉପକୃତ ହୋଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ ।

ଭଦ୍ରକର ଗଣେଶ ଦାସ କାଳିଆ ଯୋଜନା ସହାୟତାରେ ମାଛ ଓ ଶୁଖୁଆ ବେପାର କରି ପରିବାର ଭଲରେ ଚଳାଉଛନ୍ତି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ବାବଦରେ ୧୦୦୦ ଟଙ୍କା ଲେଖାଏଁ ସହାୟତା ପାଇ ସବୁ ଭୂମିହୀନ ଚାଷୀ ଖୁସି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଥିଲେ ।

ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି ।କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତି ରେ ୧୨,୫୦୦ ଟଙ୍କା ପାଇଥାନ୍ତି । ସୂଚନାଯୋଗ୍ୟ ଯେ ବଳରାମ ଯୋଜନାରେ ମଧ୍ୟ ଭୂମିହୀନ ଚାଷୀ ମାନଙ୍କୁ ବିଭିନ୍ନ ପ୍ରକାର ଆନୁଷଙ୍ଗିକ କାର‌୍ୟ୍ୟ ପାଇଁ କୃଷିଋଣ ସହାୟତା ଯୋଗାଇ ଦିଆଯାଉଛି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
କୃଷି ବିଭାଗ କମିଶନର ତଥା ସଚିବ ଶ୍ରୀ ଏସ . କେ . ବଶିଷ୍ଠ ସ୍ଵାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , କୃଷି ଉତ୍ପାଦନ କମିଶନର ଏବଂ ୩୦ ଟି ଜିଲ୍ଲା ର ଭୂମିହୀନ ଚାଷୀ ମାନେ ଭିଡିଓ କାନଫରେନସିଂ ଜରିଆରେ ଯୋଗ ଦେଇଥିଲେ ।

କାଳିଆ କାଳିଆ କୋଭିଡ ସହାୟତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025
Latest News

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.