Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନେଇ ବିଭିନ୍ନ ପୁରାଣରେ କଣ ବର୍ଣ୍ଣନା କରାଯାଇଛି ଜାଣିଛନ୍ତି କି ?
RathJatra

ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନେଇ ବିଭିନ୍ନ ପୁରାଣରେ କଣ ବର୍ଣ୍ଣନା କରାଯାଇଛି ଜାଣିଛନ୍ତି କି ?

July 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୁରାଣରେ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସଂପର୍କରେ କଣ ବର୍ଣ୍ଣନା କରାଯାଇଛି ଜାଣିଛନ୍ତି କି ?

ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ ପୁରାଣରେ ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ମଧ୍ୟ ରହିଛି। ସେଗୁଡିକ ମଧ୍ୟରେ ରହିଛି ବ୍ରହ୍ମ ପୁରାଣ, ନାରଦ ପୁରାଣ, ନୀଳାଦ୍ରି ମହୋଦୟ, କପିଳ ସଂହିତା, ଜଗନ୍ନାଥ ପୁରାଣ, ଯାତ୍ରା ଭାଗବତ, ପଦ୍ମପୁରାଣ, ଚୈତନ୍ୟ ଚରିତାମୃତ, ବାମଦେବ ସଂହିତା ଏବଂ ଶାରଦା ପୁରାଣ ପରି ଅସଂଖ ପୁରାଣ ପୋଥୀରେ ଏହାର ବର୍ଣ୍ଣନା ରହିଛି।

ସ୍କନ୍ଧ ପୁରାଣର ପୁରୁଷୋତ୍ତମ ମାହାତ୍ମ୍ୟରେ କୁହାଯାଇଛି ଯେ, ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ। ଏପରିକି ଏହି ମହାବେଦୀ ମହୋତ୍ସବକୁ ନିର୍ମଳ ମନରେ ଯେଉଁ ଭକ୍ତ ଦର୍ଶନ କରେ ତାର ଶତକୋଟି ଜନ୍ମର ପାପରାଶି କ୍ଷଣକେ ନଷ୍ଟ ହୁଏ। ଶ୍ରୀଜଗନ୍ନାଥଙ୍କର ଉତ୍ସବମୁଖର ଏହି ଗୁଣ୍ଡିଚା ଯାତ୍ରା କେବଳ ଓଡ଼ିଶା କାହିକିଁ ବିଶ୍ୱର ଏକ ସହସ୍ର ଅଶ୍ୱମେଧ ଯଜ୍ଞର ଫଳ ମିଳିଥାଏ ବୋଲି ବିଶ୍ୱାସ କରାଯାଏ । ତେଣୁ ପୁରାଣମାନଙ୍କରେ କୁହାଯାଇଛି, ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ ଗୁଣ୍ଡିଚା ମନ୍ଦିରରେ ଏକ ଦିବସ ଦର୍ଶନରେ ସେତିକି ଫଳ ଲାଭ ହୁଏ।

ସ୍କନ୍ଧ ପୁରାଣ ଅନ୍ତର୍ଗତ ଉତ୍କଳ ଖଣ୍ଡର ୩୩ଶ ଅଧ୍ୟାୟ ଠାରୁ ୩୫ଶ ଅଧ୍ୟାୟ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପାଳିତ ମହାପ୍ରଭୁମାନଙ୍କ ରଥଯାତ୍ରାର ସବିଶେଷ ବିବରଣି ରହିଅଛି। ଏଥିରେ ଏହି ରଥଯାତ୍ରାକୁ ‘ନବଦିନାତ୍ମିକା ଯାତ୍ରା’ କୁହାଯାଏ। ଏହାର ତିନୋଟି ଅଙ୍ଗ । ପ୍ରଥମ ଅଙ୍ଗ -ପୂର୍ବ ଯାତ୍ରା, ଦ୍ୱିତୀୟ ଯାତ୍ରା- ଗୁଣ୍ଡିଚା ମଣ୍ଡପରେ ଅବସ୍ଥାନ ବା ଆଡ଼ପ, ତୃତୀୟ ଅଙ୍ଗ- ବାହୁଡା ଯାତ୍ର। ଠାକୁରମାନେ ଗୁଣ୍ଡିଚା ମଣ୍ଡପ ଉପରେ ଥିବା ସମୟରେ ବନ ଜାଗରଣ ବ୍ରତ ପାଳନ କଲେ ମହାପୁଣ୍ୟ ହୁଏ ବୋଲି ବର୍ଣ୍ଣନା କରାଯାଇଛି।

ସେହିପରି ଚୈତନ୍ୟ ଚରିତାମୃତ ଗ୍ରନ୍ଥର ରଚୟିତା କବିରାଜ କୃଷ୍ଣ ଦାସ ଉକ୍ତ ଗ୍ରନ୍ଥରେ ଶ୍ରୀକ୍ଷେତ୍ରରେ ପାଳିତ ରଥଯାତ୍ରାର ଯେଉଁ ବିବରଣ ପ୍ରଦାନ କରିଛନ୍ତି, ତାହା ଦୀର୍ଘ ପାଞ୍ଚ ଶହ ବର୍ଷ ପୂର୍ବର ଅଟେ। ସେ ଚୈତନ୍ୟଙ୍କ ଶିଷ୍ୟ ରଘୁନାଥ ଦାସ ଗୋସ୍ୱାମୀଙ୍କ ଶିଷ୍ୟ ଥିଲେ । ଚୈତନ୍ୟ ଚରିତାମୃତ ଗ୍ରନ୍ଥରୁ ଜଣାଯାଏ, ଶ୍ରୀଚୈତନ୍ୟ ତାଙ୍କ ପାର୍ଷଦମାନଙ୍କ ସହିତ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ମାର୍ଜନା କରୁଥିଲେ। ସେମାନେ ଛୋଟ ବଡ଼ ମନ୍ଦିର ମାର୍ଜନା ଓ ଶୋଧନ ତଥା ଶେଷରେ ଜଗମୋହନ ପରିଷ୍କାର କରୁଥିଲେ ।

ବର୍ତ୍ତମାନ ଗଜପତି ମହାରାଜ ରଥ ଉପରେ ଛେରାପହଁରା କଲା ପରି ସେତେବେଳେ ହେଉନଥିଲା। ରାଜା ରଥ ତଳେ ପଥରେ ଛେରା ପହଁରା କରୁଥିଲେ । ପ୍ରତାପରୁଦ୍ର ଦେବ ନିଜେ ସୁନା ଛାଉଣୀଦ୍ୱାରା ପଥ ପରିଷ୍କାର କରୁଥିଲେ, ରାଜା ପଥ ମଧ୍ୟରେ ସୁଗନ୍ଧି ଚନ୍ଦନ ଜଳ ସିଞ୍ଚନ କରୁଥିଲେ । ସେ ସମୟରେ ରଥଟଣାରେ ଗୌଡ଼ ନାମକ ସମ୍ପ୍ରଦାୟ ନିଯୁକ୍ତ ହେଉଥିଲେ ।

ନୀଳାଦ୍ରୀ ମହୋଦୟ ର ବର୍ଣ୍ଣନା ଅନୁଯାୟୀ ମହାପ୍ରଭୁଙ୍କ ଆବିର୍ଭାବ ପରେ ତାଙ୍କ ପାଇଁ ରାଜା ଇନ୍ଦ୍ରଦ୍ୟୁମ୍ନ ମନ୍ଦିର ନିର୍ମାଣ କରିଥିଲେ । ସେହି ମନ୍ଦିରକୁ ପ୍ରଜପିତା ବ୍ରହ୍ମାଙ୍କ ଦ୍ୱାରା ପ୍ରତିଷ୍ଠା କରିବା ପାଇଁ ବ୍ରହ୍ମଲୋକ ଯାଇଥିଲେ । ସେଠାରୁ ବ୍ରହ୍ମାଙ୍କୁ ନେଇ ଆସିଥିଲେ । ବ୍ରହ୍ମା ରାଜା ଇନ୍ଦ୍ରଦ୍ୟୁମ୍ନଙ୍କ ସହ ଶଙ୍ଖନିଧି ଓ ପଦ୍ମନିଧିଙ୍କୁ ପଠାଇଥିଲେ । ନାରଦ ଏବଂ ଅନ୍ୟ ଦୁଇ ଦେବଦୂତଙ୍କ ସହ ଇନ୍ଦ୍ରଦ୍ୟୁମ୍ନ ଶ୍ରୀକ୍ଷେତ୍ରରେ ପହଞ୍ଚିବା ପରେ ମହାପ୍ରଭୁଙ୍କ ପଣି ରଥ ନିର୍ମାଣ କରଯାଇଥିଲା ।

Ratha Jatra ପୁରୀ ରଥଯାତ୍ରା ରଥଯାତ୍ରା ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.