Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଓଡିଶାର ସ୍ଥିତି, ବାହାରିଲେ ଜଣେ ପଶିଲେ ଦୁଇଜଣ
ଜାତୀୟ ଖବର

କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଓଡିଶାର ସ୍ଥିତି, ବାହାରିଲେ ଜଣେ ପଶିଲେ ଦୁଇଜଣ

July 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଓଡିଶାର ସ୍ଥିତି, ବାହାରିଲେ ଜଣେ ପଶିଲେ ଦୁଇଜଣ

ଭୁବନେଶ୍ବର, ଆଉ ଅଳ୍ପ ସମୟ ପରେ ମୋଦି ସରକାରଙ୍କ ମନ୍ତ୍ରୀ ମଣ୍ଡଳର ସଂପ୍ରସାରଣ ହେବ। ଏ ନେଇ ସାରା ଦେଶର ରାଜନୀତି ସରଗରମ ହୋଇ ଉଠିଛି। ତେବେ ଓଡିଶାରେ ବର୍ତ୍ତମାନ ଦୁଇ ଜଣ ସ୍ଥାନ ପାଉଛନ୍ତି। ଏହି ଦୁଇ ଜଣ ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଯାଇ ଚାପାନ ରେ ଯୋଗଦେଇଛନ୍ତି। ସେହି ଦୁଇ ଜଣ ହେଲେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ ଏବଂ ମୟୁରଭଂଜ ସାଂସଦ ବିଶେଶ୍ବର ଟୁଡୁ।

ପୂର୍ବରୁ ଓଡିଶାର ଦୁଇ ଜଣ କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ସାମିଲ ହୋଇଥିଲେ। ସେମାନେ ହେଲେ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ। ଏହି ଦୁଇଜଣଙ୍କ ମଧ୍ୟରୁ ପ୍ରତାପ ଷଡଙ୍ଗୀ ମନ୍ତ୍ରୀ ମଣ୍ଡଳରୁ ବାଦ ପଡିଛନ୍ତି। ହେଲେ ତାଙ୍କ ବଦଳରେ ମିଳିଛି ଦୁଇଟି ମନ୍ତ୍ରୀ ପଦ। ସେଥିରେ ଗୋଟିଏ କ୍ୟାବିନେଟ ମନ୍ତ୍ରୀ ଅଛି।

ବର୍ତ୍ତମାନ ବାହାରିଥିବା ତାଲିକା ଅନୁସାରେ ଅଶ୍ବିନୀ ବୈଷ୍ଣବ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ବିଶେଶ୍ବର ଟୁଡୁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେବେ। ଏହି ଦୁଇଜଣ ଶପଥ ନେବା ପରେ ଓଡିଶାର ଦୁଇଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ଜଣେ ରାଷ୍ଟ୍ରମନ୍ତ୍ରୀ ମୋଦି ମନ୍ତ୍ରୀ ମଣ୍ଡଳରେ ସାମିଲି ହେବେ।

ମୟୁରଭଂଜ ସାଂସଦ ବିଶେଶ୍ବର ଟୁଡୁ ହେଉଛନ୍ତି ଜଣେ ଆଦିବାସୀ ନେତା। ଏଥିସହିତ ବିଶେଶ୍ବର ଟୁଡୁ ହେଉଛନ୍ତି ଆରଏସଆସର ଜଣେ ପ୍ରଚଣ୍ଡ ସମର୍ଥକ। ସେ ଏହି ସଂସ୍ଥାର ଜାତୀୟ ସ୍ତରର ଜଣେ ଟାଣୁଆ ନେତା ଭାବେ ପରିଚିତ।

ସେହିପରି ଅଶ୍ବିନୀ ବୈଷ୍ଣବ ହେଉଛନ୍ତି ଓଡିଶା କ୍ୟାଡରର ଜଣେ ପୂର୍ବତ୍ତନ ଆଇଏଏସ। ଘର ତାଙ୍କର ରାଜସ୍ଥାନ । ସେ ଓଡିଶାରୁ ବିଜେପି ପ୍ରାଥୀ ଏବଂ ବିଜେଡି ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଯାଇଛନ୍ତି।

Biseswar Tudu ବିଶେଶ୍ବର ଟୁଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.