Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା କଣ କ୍ଷତି ହୁଏ ଜାଣନ୍ତୁ?
ଜୀବନ ଶୈଳୀ

ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା କଣ କ୍ଷତି ହୁଏ ଜାଣନ୍ତୁ?

July 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ
ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

ନୂଆଦିଲ୍ଲୀ: ଇଣ୍ଟରନେଟର ଏକାଧିକ ସକରାତ୍ମକ ଦିଗ ରହିଥିବା ବେଳେ ଏହାର ନକରାତ୍ମକ ଦିଗ ମଧ୍ୟ ରହିଛି। ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା ପାଠପଢିବା କ୍ଷମତାରେ ହ୍ରାସ ଘଟିଥାଏ ବୋଲି ଏକ ପରୀକ୍ଷଣରୁ ଜଣାପଡିଛି। ଏକ ନୂତନ ପରୀକ୍ଷଣ ଅନୁଯାୟୀ ଏହି ଛାତ୍ରଛାତ୍ରୀ ମାନେ କେବଳ ପାଠପଢା ନୁହେଁ ବରଂ ନିଜର ପରୀକ୍ଷାକୁ ନେଇ ଅଧିକ ଉତ୍ସାହିତ ରହିଥାନ୍ତି ବୋଲି ଜଣାପଡିଛି। ଏହା ସହିତ ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକୁଟିଆ ପଣ ସୃଷ୍ଟି କରିଥାଏ। ୟୁକେର ସ୍ବାନ୍ସି ବିଶ୍ବବିଦ୍ୟାଳୟ ଗବେଷକ ଫିଲ୍‌ ରିଡ୍‌ଙ୍କ ଗବେଷଣାରେ ଏହି ତଥ୍ୟ ପ୍ରକାଶ ପାଇଛି।

ବିଭିନ୍ନ ସ୍ବାସ୍ଥ୍ୟଗତ ପାଠ୍ୟକ୍ରମରେ ନାମ ଲେଖାଇଥିବା 285 ଜଣ ଛାତ୍ରଛାତ୍ରୀ ଏହି ଗବେଷଣାରେ ଅଂଶଗ୍ରହଣ କରିଥିଲେ। ଅଧିକ ଇଣ୍ଟରନେଟ ବ୍ୟବହାରକାରୀ ଛାତ୍ରଛାତ୍ରୀ ପାଠପଢାରେ ଦୁର୍ବଳ ଥିବା ଜଣାପଡିଥଲା। ଏହି ଛାତ୍ରଛାତ୍ର ମାନେ ଆଗାମୀ ପରୀକ୍ଷାକୁ ନେଇ ମଧ୍ୟ ଭୟଭୀତ ରହିଥିବା ଜଣାପଡିଥିଲା। ଅଧିକ ଇଣ୍ଟରନେଟ୍‌ ବ୍ୟବହାର ଏକୁଟିଆପଣର ମୁଖ୍ୟ କାରଣ ରହିଥିବା ବେଳେ ଏହାଦ୍ବାରା ପାଠପଢାରେ ମନୋନିବେଶ ସହଜ ହୋଇନଥାଏ ବୋଲି କୁହାଯାଇଛି।

ଗବେଷଣାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ 25 ପ୍ରତିଶତ ଦୈନିକ 4 ଘଣ୍ଟାରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ବେଳେ ବଳକା ଛାତ୍ରଛାତ୍ରୀ ଦୈନିକ 1ରୁ 3 ଘଣ୍ଟା ମଧ୍ୟରେ ଇଣ୍ଟରନେଟ୍‌ ବ୍ୟବହାର କରିଥାନ୍ତି। ସର୍ବାଧିକ 40 ପ୍ରତିଶତ ଇଣ୍ଟରନେଟ୍‌ ସୋସିଆଲ ମିଡିଆରେ ବ୍ୟବହୃତ ହେଉଥିବା ବେଳେ ମାତ୍ର 30 ପ୍ରତିଶତ ବିଭିନ୍ନ ପାଠ ସମ୍ବନ୍ଧୀୟ ସୂଚନା ସର୍ଚ୍ଚ କରିଥାନ୍ତି।

ଇଣ୍ଟରନେଟ ବ୍ୟବହାର ନକରାତ୍ମକ ସକରାତ୍ମକ ଦିଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଲୋ ଟ୍ରାଭେଲ୍ ପୂର୍ବରୁ ଜାଣିରଖନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କଥା

September 28, 2026

ଗାଡ଼ିର ରଙ୍ଗ ପଛରେ ଲୁଚିଛି ବୈଜ୍ଞାନିକ କାରଣ: ଜାଣନ୍ତୁ ଦମକଳ, ସ୍କୁଲ ବସ୍ ଓ ଆମ୍ବୁଲାନ୍ସର ବିଶେଷତ୍ୱ

September 28, 2026

ଦେଶର ପ୍ରଥମ ଏଲ୍‌ଏନ୍‌ଜି ଚାଳିତ ଟ୍ରେନର ଶୁଭାରମ୍ଭ କଲେ ଗୃହମନ୍ତ୍ରୀ

September 28, 2026

ମହାନଦୀରେ ପୁଣି ବନ୍ୟା: ମୁଣ୍ଡଳୀରେ ପ୍ରବାହିତ ହେବ ୮ ଲକ୍ଷ କ୍ୟୁସେକ ଜଳ, ୫ ଜିଲ୍ଲାକୁ ସତର୍କତା ଜାରି

September 27, 2026
Latest News

ରେଳବାଇରେ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ 3,477 ପଦବୀ: NTPC ନିଯୁକ୍ତି ସୁଯୋଗ

September 28, 2026

ଷ୍ଟକ୍ ବଜାରରେ ହାହାକାର: ସେନସେକ୍ସ ୭୦୦ ପଏଣ୍ଟ ଖସିଲା, କିଛି ମିନିଟ୍‌ରେ ନିବେଶକଙ୍କ ୪.୩ ଲକ୍ଷ କୋଟି ଟଙ୍କା ସ୍ୱାହା

September 28, 2026

ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ

September 28, 2026

ଏସୀୟ କ୍ରୀଡ଼ା: କ୍ରିକେଟରେ ଗୋଟିଏ ବଲ ନଖେଳି ସେମିଫାଇନାଲରେ ପ୍ରବେଶ କଲା ଭାରତ

September 28, 2026

ସୋଲୋ ଟ୍ରାଭେଲ୍ ପୂର୍ବରୁ ଜାଣିରଖନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କଥା

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.