Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରେସିଡେନ୍ସି ପିରିଅଡ କମିଲା: ରାଜ୍ୟର ୬୩ ହଜାରରୁ ଉର୍ଦ୍ଧ୍ଵ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି
ବିଶେଷ ଖବର

ରେସିଡେନ୍ସି ପିରିଅଡ କମିଲା: ରାଜ୍ୟର ୬୩ ହଜାରରୁ ଉର୍ଦ୍ଧ୍ଵ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

July 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ କରାଯାଇଛି।

ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହିତ ଲେଭେଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି।

ପଦୋନ୍ନତି ପ୍ରାଥମିକ ଶିକ୍ଷକ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026
Latest News

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.