Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅଗଷ୍ଟ ମାସ ପାଇଁ ଜାରି ହେଲା ମାର୍ଗଦର୍ଶିକା: ତିନୋଟି ସହରକୁ ଛାଡି ଅନ୍ୟ ସ୍ଥାନରେ କୋହଳ ହେଲା କଟକଣା
ବିଶେଷ ଖବର

ଅଗଷ୍ଟ ମାସ ପାଇଁ ଜାରି ହେଲା ମାର୍ଗଦର୍ଶିକା: ତିନୋଟି ସହରକୁ ଛାଡି ଅନ୍ୟ ସ୍ଥାନରେ କୋହଳ ହେଲା କଟକଣା

July 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଯୋଗୁଁ ଆଂଶିକ ଲକଡାଉନ ଜାରି ରହିଛି। ଆସନ୍ତାକାଲି ଠାରୁ ଏହି ଆଂଶିକ ଲକଡାଉନର କଟକଣା ସମାପ୍ତ ହେଉଛି। ତେବେ କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଅଗଷ୍ଟ ୧ ତାରିଖ ଠାରୁ ସେପ୍ଟେମ୍ବର ୧ ତାରିଖ ଯାଏଁ ସମଗ୍ର ରାଜ୍ୟରେ ଆଂଶିକ ଲକଡାଉନକୁ ଜାରି ରହିବ। ଆଜି ପ୍ରେସ ବାର୍ତ୍ତାରେ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଏନେଇ ଘୋଷଣା କରିଛନ୍ତି।

କଣ ରହିବ ବନ୍ଦ ଓ ଖୋଲା:

ସମଗ୍ର ରାଜ୍ୟରେ ସକାଳ ୬ ରୁ ସନ୍ଧ୍ୟା ୮ ଯାଏଁ ଦୋକାନ ବଜାର ଖୋଲା ରହିବ। ସପିଙ୍ଗ ମଲ, ପାର୍କ ଖୋଲିବା ପାଇଁ ଅନୁମତି ମିଳିଛି। ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ମଲ ଖୋଲିବ। ତିନୋଟି ସହର ବ୍ୟତୀତ ବାକି ସ୍ଥାନରେ ସପ୍ତାହନ୍ତ ସଟଡାଉନକୁ ଉଠାଇଦିଆଯାଇଛି। ହେଲେ ସନ୍ଧ୍ୟା ୮ ଟାରୁ ସକାଳ ୬ ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ପବ୍ଲିକ ଟ୍ରାନ୍ସପୋର୍ଟକୁ ଅନୁମତି। ବସରେ ଯେତିକି ସିଟ ଥିବା ସେତିକି ଯାତ୍ରୀଙ୍କୁ ନେଇ ବସ ସେବା ଚାଲିବ। ଫିଲ୍ମ ଶୁଟିଙ୍ଗ ପାଇଁ ଅନୁମତି ମିଳିଛି। ଉଭୟ ଇନଡୋର ଏବଂ ଆଉଟ ଡୋର ଶୁଟିଙ୍ଗ କୁ ଅନୁମତି। ସାପ୍ତାହିକ ହାଟକୁ ଅନୁମତି ମିଳିଛି। ରାଜନୈତିକ ସମାବେଶ, ଧାର୍ମିକ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦିକୁ ଅନୁମତି ନାହିଁ। ଭୋଜି ଭାତ ପାଇଁ ବାରଣ କରାଯାଇଛି। ଜିଲ୍ଲା ପ୍ରଶାସନ ଅନୁମତିରେ ଧାର୍ମିକ ସ୍ଥଳ ଖୋଲିପାରିବେ। ସିନେମା ହଲ, ଥିଏଟରରେ ୫୦ ପ୍ରତିଶତ ଦର୍ଶକ ଏବଂ ରେଷ୍ଟୁରାଣ୍ଟ ୫୦ ପ୍ରତିଶତ ଲୋକଙ୍କୁ ନେଇ ସେବା ଜାରି ରହିବ। ରେଷ୍ଟୁରାଣ୍ଟ ଏବଂ ଢାବାରେ ୫୦ ପ୍ରତିଶତ ଗ୍ରାହକ ବସିକି ଖାଇବା ପାଇଁ ଅନୁମତି ମିଳିଛି। ରାସ୍ତାକଡ ଜଳିଖିଆ ଦୋକାନରେ ବସିକି ଖାଇବା ପାଇଁ ଗ୍ରାହକଙ୍କୁ ଅନୁମତି ମିଳିଛି। ରାଜ୍ୟର ସମସ୍ତ ପର୍ଯ୍ୟଟନ ସ୍ଥଳୀ ଏବଂ ମ୍ୟୁଜିୟମ ଖୋଲିବ। ରାଜ୍ୟରେ ନନ୍ଦନ କାନନ ଖୋଲିବାକୁ ଅନୁମତି ମିଳିଛି।

ତେବେ ଭୁବନେଶ୍ବର, କଟକ ଏବଂ ପୁରୀ ସହରରେ ତିନୋଟି ସହରରେ ସପ୍ତାହାନ୍ତ ସଟ ଡାଉନ ଜାରି ରହିବ। କୋଭିଡ କଟକଣା ମାନି ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ରହିଛି। ଦୋକାନ କର୍ମଚାରୀମାନେ ଗ୍ରାହକଙ୍କୁ କୋଭିଡ ଗାଇଡଲାଇନ ମାନିବାକୁ ପ୍ରବର୍ତ୍ତାଇବେ। ଯେଉଁ ଦୋକାନୀ କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିବେ, ସେହି ଦୋକାନ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଂଶିକ ଲକଡାଉନ ଓଡିଶା କରୋନା ଗାଇଡଲାଇନ ପ୍ରଦୀପ ଜେନା ସ୍ଵତନ୍ତ୍ର ରିଲିଫ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.