Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ: ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର କଲେ ସମୀକ୍ଷା
ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ: ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର କଲେ ସମୀକ୍ଷା

August 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିଲିନ୍‌କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ।

କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ICU ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ NTPC କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ। ଏତଦ୍‌ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ୫୦ ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ ଭର୍ଚ୍ଯୁଆଲ ମାଧ୍ୟମରେ କଥାବାର୍ତ୍ତା କରିଥିଲେ। ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସେମାନେ ସନ୍ତୋଷ ପ୍ରକାଶ କରିଥିଲେ।

ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ। ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡୀ କେନ୍ଦ୍ର ତିଆରି କରାଯାଇଛି। ଏହାର ଆସବାପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି। ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡର ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।

ଜାତୀୟ ସ୍ବାସ୍ଥ୍ୟ ମିଶନର ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍ ସୁନ୍ଦରଗଡ ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.