Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦେଶବିଦେଶକୁ ଯିବ ‘କୋରାପୁଟ କଫି’ ବିକ୍ରି ପାଇଁ ‘ଟାଟା କଫି’ର ସହମତି
ବିଶେଷ ଖବର

ଦେଶବିଦେଶକୁ ଯିବ ‘କୋରାପୁଟ କଫି’ ବିକ୍ରି ପାଇଁ ‘ଟାଟା କଫି’ର ସହମତି

August 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମ କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି।

କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।”

“କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ। କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି। ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ଆଶା ରଖାଯାଇଛି।

କୋରାପୁଟ କଫି କୋରାପୁଟ ଜିଲ୍ଲା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.