Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ସ୍ବତନ୍ତ୍ର କୋଭିଡ-୧୯ ପ୍ୟାକେଜ
ଜାତୀୟ ଖବର

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ସ୍ବତନ୍ତ୍ର କୋଭିଡ-୧୯ ପ୍ୟାକେଜ

August 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକଜେ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ର୍ସବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ର୍ବତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସମୋନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶଷେ ଚାହିଦା ରହିଛି।

କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇର୍ବଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକଜେରେ concrete ହୋଇନଥିବା ୧୫,୦୦୦ loom pit କୁ ର୍ପଯ୍ୟାୟକମେ ଆଗାମୀ ତିନି ର୍ବଷରେ କଂକ୍ରିଟ କରାଯିବ। ପ୍ରତି loom pit କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲଖୋଏ ର୍ଖଚ୍ଚ କରାଯିବ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି loom pit ମଧ୍ୟରୁ ଏର୍ପଯ୍ୟନ୍ତ ୧୫,୦୭୧ଟି loom pit କୁ କଂକ୍ରିଟ କରାଯାଇଛି।

ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକଜେ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed ଯୋଗାଇ ଦିଆଯିବ। ଏ ର୍ପଯ୍ୟନ୍ତ ୧୧ ହଜାର ୬୯୫ ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି।

ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାରମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତ ରାଜ ବିଭାଗର guideline ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ।

ଏହି ପ୍ୟାକେଜରେ ବୁଣାକାର ମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ର୍ପଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

କୋଭିଡ ପ୍ୟାକେଜ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.