Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡି ସୁପ୍ରିମୋଙ୍କ ଐତିହାସିକ ନିଷ୍ପତି, ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କ ପାଇଁ ରହିବ ୨୭% ଆସନ
ଜାତୀୟ ଖବର

ବିଜେଡି ସୁପ୍ରିମୋଙ୍କ ଐତିହାସିକ ନିଷ୍ପତି, ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କ ପାଇଁ ରହିବ ୨୭% ଆସନ

August 13, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି ସୁପ୍ରିମୋଙ୍କ ଐତିହାସିକ ନିଷ୍ପତି, ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କ ପାଇଁ ରହିବ ୨୭% ଆସନ

ଭୁବନେଶ୍ୱର, ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍ଥାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନରେ ପଛୁଆ ବର୍ଗଙ୍କ ପାଇଁ ଅତି କମ୍‌ରେ ୨୭% ଦଳୀୟ ପ୍ରାର୍ଥୀ ଘୋଷଣା କରିବାକୁ ଦଳ ନିଷ୍ପତ୍ତି ନେଇଛି । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକ୍ଟର ଅରୁଣ କୁମାର ସାହୁ ଏହି ସୂଚନା ଦେଇଛନ୍ତି ।

ଦଳର ଦୁଇ ବରିଷ୍ଠ ନେତା କହିଛନ୍ତି ଯେ କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ୨୭% ପଛୁଆବର୍ଗ ପ୍ରାର୍ଥୀ ଦେବ । ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ୍‍ ନଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି । ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା ପାଇଁ ବିଜେଡି କହିବା ସହିତ ବିଧାନସଭା ଓ ଲୋକସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରିବାକୁ ଆହ୍ୱାନ ଦେଇଛି ।

ସ।।ମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି । ତେଣୁ ପଛୁଆବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ ।

ସଂରକ୍ଷଣ ସୀମା ୫୦% ସିମୀତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି । ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ ।

ରାଷ୍ଟ୍ରପତିଙ୍କ ଦ୍ୱାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରୀ ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି । ରାଜ୍ୟଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଏବଂ ଏବେ ମଧ୍ୟ କରିପାରିବେ । କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ôଥମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀ ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି ।

ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀରେ ସଂରକ୍ଷଣର ସୁବିଧା ପାଉଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି ପଛୁଆବର୍ଗ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।

ଅନ୍ୟ ପକ୍ଷରେ ରାଜ୍ୟ ସରକାର କୌଣସି ଜାତିକୁ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଜାତୀୟ ପଛୁଆବର୍ଗ କମିଶନଙ୍କୁ ତଥ୍ୟ ସହିତ ଉପଯୁକ୍ତ ଦାବି ଉପସ୍ଥାପନ କରିବାକୁ ପଡିଥାଏ। ଯଦି ତାହା କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ହୁଏ ତେବେ ସେହି ଜାତି ଓବିସି ତାଲିକାଭୁକ୍ତ ହୁଏ । ୧୧.୦୮.୨୦୧୮ ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଏବଂ ଉପଜାତି ଓବିସି ତାଲିକା ଅନ୍ତର୍ଭୁକ୍ତ ହୋଇଛି । ପୂର୍ବଭଳି ରାଜ୍ୟଗୁଡିକ ପଛୁଆବର୍ଗ ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧି ଦଳ ଏହାକୁ ବିରୋଧ କରିନାହାନ୍ତି । ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ସମସ୍ତ ବିରୋଧି ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି ।

ସମ୍ବିଧାନର ୧୦୨ତମ ସଂଶୋଧନ ମାଧ୍ୟମରେ ସମ୍ବିଧାନର ଅନୁଚ୍ଛେଦ ୩୩୮ଇ ପରେ ୩୩୮ ଈ ଏବଂ ଅନୁଚ୍ଛେଦ ୩୪୨ ପରେ ୩୪୨ ଇ (ଏହି ଦୁଇଟି ଅନୁଚ୍ଛେଦ) ସଂଯୋଗ କରାଯାଇଛି । ତତ୍‌ପରେ ସମ୍ବିଧାନର ୧୨୭ତମ ସଂଶୋଧନ ମାଧ୍ୟମରେ ଉପରୋକ୍ତ ଦୁଇଟି ଅନୁଚ୍ଛେଦରେ କେତେକ ପରିବର୍ତ୍ତନ କରାଯିବା ସଂଗେ ସଂଗେ ଅନୁଚ୍ଛେଦ ୩୬୬ରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ କରି ପଛୁଆବର୍ଗର ସଂଜ୍ଞା ଉଲ୍ଲେଖ କରାଯାଇଛି ।

ଯଦି ସମ୍ବିଧାନର ୧୨୭ତମ ସାମ୍ବିଧାନିକ ସଂଶୋଧନ କାର୍ଯ୍ୟକାରୀ ହୁଏ ତେବେ ୧୧.୦୮.୨୦୧୮ (୧୦୨ତମ ସାମ୍ବିଧାନିକ ସଂଶୋଧନ) ପୂର୍ବରୁ ଏବଂ ୦୨.୦୪.୧୯୯୩ (ଜାତୀୟ ପଛୁଆ ବର୍ଗ କମିଶନ-ଆଇନ୍‌) ପରେ ଯେପରି ରାଜ୍ୟଗୁଡିକ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ସେହିପରି କରିପାରିବେ ବୋଲି ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି।

ଅନୁସୂଚିତ ଜାତି ନବୀନ ପଟ୍ଟନାୟକ ପଞ୍ଚାୟତ ନିର୍ବାଚନ ବିଜେଡ଼ି ସୁପ୍ରିମୋ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.