Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗଣଶିକ୍ଷା ବିଭାଗର ବଡ ନିଷ୍ପତି, ସେପ୍ଟେମ୍ବର ୩୦ ସୁଦ୍ଧା ୬୩ ହଜାର ୫୦୦ ଶିକ୍ଷକଙ୍କର ହେବ ପଦୋନ୍ନତି
ବିଶେଷ ଖବର

ଗଣଶିକ୍ଷା ବିଭାଗର ବଡ ନିଷ୍ପତି, ସେପ୍ଟେମ୍ବର ୩୦ ସୁଦ୍ଧା ୬୩ ହଜାର ୫୦୦ ଶିକ୍ଷକଙ୍କର ହେବ ପଦୋନ୍ନତି

August 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷାଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ କହିଛନ୍ତି ଯେ ଏଣିକି ଜିଲ୍ଲା ଶିକ୍ଷା ଅଧିକାରୀମାନେ ସଂପୃକ୍ତ ଜିଲ୍ଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟାଗୁଡ଼ିକୁ ତଦାରଖ କରିବେ ଏବଂ ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବା ପାଇଁ ନିଷ୍ପତି ହୋଇଛି।

ସେହିପରି ଆଗାମୀ ସେପେଫମ୍ବର ମାସ ସୁଦ୍ଧା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବିଭିନ୍ନ ବର୍ଗରେ ଥିବା ୬୩ ହଜାର ୫୦୦ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି କରାଇବେ ବୋଲି ବୈଠକରେ କୁହାଯାଇଛି । ଅନ୍ୟାନ୍ୟ ନିର୍ଦ୍ଦେଶଗୁଡ଼ିକୁ ପ୍ରତିପାଳନ କରିବା ପାଇଁ ବ୍ଲକ୍‌ ଶିକ୍ଷା ଅଧିକାରୀମାନଙ୍କୁ ନେଇ ନିୟମିତ ବୈଠକ କରାଯିବ । ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଲାଭକୁ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ସେମାନଙ୍କର ମୋବାଇଲ୍‌ ନମ୍ବର ସଂଗ୍ରହ କରିବେ । ବିଭିନ୍ନ ସାମାଜିକ ବାର୍ତ୍ତାଗୁଡ଼ିକୁ ନିର୍ଦ୍ଧାରିତ ହୋଡିଙ୍ଗ ମାଧ୍ୟମରେ ସ୍କୁଲର ମୁଖ୍ୟ ସ୍ଥାନମାନଙ୍କରେ ଲଗାଇବେ ବୋଲି କୁହାଯାଇଛି ।

ଆଗାମୀ ସେପେଫମ୍ବର ୧ ତାରିଖରେ ମାଧ୍ୟମିକ ଶିକ୍ଷକ ଚାକିରିରେ ନିଯୁକ୍ତି ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ଯୋଗ୍ୟତା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା କରାଯିବ । ଏହାର ଯଥାର୍ଥ ପରିଚାଳନା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଣିକି ନିରନ୍ତର ଭାବରେ ଶିକ୍ଷାର୍ଥୀମାନଙ୍କର ମୂଲ୍ୟାଙ୍କନ ପାଇଁ ୟୁନିଟ୍‌ ଟେଷ୍ଟ କରାଯିବ । ସେଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ଜିଲ୍ଲା ରିସୋର୍ସ ଗ୍ରୁପ୍‌ ଜରିଆରେ ପ୍ରଧାନଶିକ୍ଷକମାନଙ୍କ ପ୍ରଶିକ୍ଷଣକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ବ୍ଲକ୍‌ ଅନ୍ତର୍ଭୁକ୍ତ ହୋଇଯାଇଛି । ଏଥିରେ ୩୨ ହଜାର ୪୪୭ଟି ବିଦ୍ୟାଳୟ ସାମିଲ ହୋଇଛି । ୧୧୨୩ ହାଇସ୍କୁଲରେ ରୂପାନ୍ତରଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଉଅଛି । ବହୁସଂଖ୍ୟାରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ‘ମୋ ସ୍କୁଲ’ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି ।

ସ୍କୁଲଗୁଡ଼ିକର ରକ୍ଷଣାବେକ୍ଷଣ ସହ ମଧ୍ୟାହ୍ନ ଭୋଜନ ଏବଂ ରୋଷେଇ, ବଗିଚାର କାର୍ଯ୍ୟ ପ୍ରାୟ ୧୫ ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ପ୍ରଦାନ କରାଯିବ । ସମସ୍ତ ବିଦ୍ୟାଳୟ କୋଠାରେ ଏକ ପ୍ରକାର ରଙ୍ଗ ବ୍ୟବହାର କରାଯିବ । ଇତି ମଧ୍ୟରେ ପ୍ରାୟ ସମସ୍ତ ଆଦର୍ଶ ବିଦ୍ୟାଳୟ ପାଇଁ ଜମି ମିଳିଛି । ତେଣୁ ସବୁଠାରେ ଯୁଦ୍ଧକାଳୀନ ଭିତ୍ତିରେ କାମ ଆଗେଇ ଚାଲିଛି । ଆଗାମୀ ବର୍ଷଠାରୁ ଆଦର୍ଶ ବିଦ୍ୟାଳୟରେ ଯେପରି ଶତପ୍ରତିଶତ ପିଲା ପାସ୍‌ ହେବେ ସେଥି ପାଇଁ ଅଧ୍ୟକ୍ଷମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ।

ଏଥର ଏକାଦଶ ଏବଂ ଦ୍ୱାଦଶ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଅଛି ତେଣୁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ବିଧିବଦ୍ଧ ଭାବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କାର୍ଯ୍ୟର ତଦାରଖ କରିବା ସହ ବିଭାଗର ସମସ୍ତ ନିର୍ଦ୍ଦେଶ ପ୍ରତିପାଳନ କରିବେ । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଯୋଜନା) ଏଥି ପାଇଁ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ କରିବେ ।
ଏସ୍‌ଇଆର୍‌ଟି ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ କରୋନା କାଳରେ ପରୀକ୍ଷାମୂଳକ ଭାବେ ସେମାନଙ୍କ ବାସସ୍ଥାନ ନିକଟରେ ପଢ଼ା ଯାଉଛି ।

ବିଦ୍ୟାଳୟ ଓ ଗଣଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026
Latest News

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.