Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଁ ଏହି ୯ ଟି ନାମକୁ କରାଗଲା ସୁପାରିଶ
ଜାତୀୟ ଖବର

ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଁ ଏହି ୯ ଟି ନାମକୁ କରାଗଲା ସୁପାରିଶ

August 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ୯ ଟି ଖାଲି ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଗତକାଲି ପ୍ରଧାନ ବିଚାରପତି ଏନ.ଭି ରାମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ୯ ଜଣ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ବିଚାରପତି ଅଛନ୍ତି। ଏଥିସହ ଜଣେ ବରିଷ୍ଠ ଓକିଲଙ୍କୁ ସୁପ୍ରିମକୋର୍ଟରେ ସିଧାସଳଖ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି।

ଯେଉଁମାନଙ୍କର ନାମ କେନ୍ଦ୍ରକୁ ପଠାଯାଇଛି ସେମାନେ ହେଲେ: –

୧- ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ହିମା କୋହଲି

୨- କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ବି.ଭି ନାଗରତ୍ନା

୩- ଗୁଜୁରାଟ ହାଇକୋର୍ଟର ଜଜ୍ ବେଲା ତ୍ରିବେଦୀ

୪- ବରିଷ୍ଠ ଆଡଭୋକେଟ୍ ପିଏସ୍ ନରସିଂହଙ୍କୁ ସିଧାସଳଖ ସୁପ୍ରିମକୋର୍ଟର ବିଚାରପତି କରିବାକୁ ସୁପାରିଶ କରାଯାଇଛି।

୫- କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଏସ୍ ଓକା

୬- ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ବିକ୍ରମ ନାଥ

୭- ସିକ୍କିମ ହାଇକୋର୍ଟର ପ୍ରଧାନ ବିଚାରପତି ଜେ.କେ ମାହେଶ୍ୱରୀ

୮- ଜଷ୍ଟିସ ସିଟି ରବିନ୍ଦ୍ରକୁମାର, କେରଳ ହାଇକୋର୍ଟର ବିଚାରପତି

୯- ମାଡ୍ରାସ ହାଇକୋର୍ଟର ବିଚାରପତି ଏମ.ଏମ ସୁନ୍ଦରେଶ

ଯଦି କେନ୍ଦ୍ର ଏହି ସମସ୍ତ ସୁପାରିଶକୁ ଗ୍ରହଣ କରେ, ତେବେ ଭବିଷ୍ୟତରେ ଜଷ୍ଟିସ୍ ବିକ୍ରମ ନାଥ, ଜଷ୍ଟିସ୍ ବି.ଭି ନାଗରତ୍ନା ଏବଂ ପିଏସ୍ ନରସିଂହ ଭାରତର ପ୍ରଧାନ ବିଚାରପତି ହୋଇପାରିବେ। ଏପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ କୌଣସି ମହିଳା ପ୍ରଧାନ ବିଚାରପତି ନାହାଁନ୍ତି। ଜଷ୍ଟିସ ନାଗରତ୍ନା ରୂପରେ ଭାରତକୁ ପ୍ରଥମ ମହିଳା ପ୍ରଧାନ ବିଚାରପତି ମିଳିପାରନ୍ତି।

ଏନ.ଭି ରାମନା ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

ପହଲଗାମରେ ଦୁର୍ଘଟଣା: ଦମ୍ପତି ମୃତ

May 17, 2026
Latest News

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.