Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ରାଉରକେଲା ଗସ୍ତ, ହକି ଷ୍ଟାଡିୟମ ସହିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା
ବିଶେଷ ଖବର

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ରାଉରକେଲା ଗସ୍ତ, ହକି ଷ୍ଟାଡିୟମ ସହିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା

August 18, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ, ହକି ଷ୍ଟାଡିୟମ ସହିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର. ଭିନିଲ‌୍‍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌୍‍ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌୍‍ କାଯ୍ୟ ବୁଲି ଦେଖିଛନ୍ତି।

ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ‌୍‍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌୍‍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ।

ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି। ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବ ନିର୍ମାଣ କାମ ମଧ୍ୟ ଶେଷ ପଯ୍ୟାୟରେ ପହଞ୍ଚିଛି । ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌୍‍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି।

ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି। ତେଣୁ ବିଶ୍ବକପ‌୍‍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି”, ସେହିପରି ଏୟାରପୋର୍ଟ ଅଥରିଟି ଅଫ‌୍‍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ। ଏହାକୁ ଆଗାମୀ ୨୦୨୨ ମେ’ ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି।

ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର‌୍ୟ୍ୟ ଆସନ୍ତା ବର୍ଷ ଜୁନ‌୍‍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,୫ଟି ସଚିବ ରାଉରକେଲାରେ କୋଭିଡ‌୍‍ ପରିସ୍ଥିତିର ସମୀକ୍ଷା କରିଥିଲେ। ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌୍‍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି। ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌୍‍ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’।

ଏହି ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର‌୍ୟ୍ୟ ବୁଲି ଦେଖିଥିଲେ। ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର‌୍ୟ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ।୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌୍‍ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ। ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ‌୍‍ ଭାବେ ପରିଚିତ କରାଇବ। ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌୍‍ ଟେନିସ‌୍‍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି।

ଏଠାରେ ୩ଟି ଇନଡୋର ବ୍ୟାଡ‌୍‍ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌୍‍ ଟେନିସ‌୍‍ କୋର୍ଟ ରହିଛି। ଖେଳାଳିମାନଙ୍କ ଫିଟନେସ‌୍‍ ପାଇଁ ଅତ୍ୟାଧୁନିକ ଜିମ‌୍‍ର ବ୍ୟବସ୍ଥା କରାଯାଉଛି। ସେହିପରି ଫୁଟବଲ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି। ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ।

ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ। ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ। ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ। ଏହି ଗସ୍ତ ବେଳେ ୫ଟି ସଚିବ କହିଥିଲେ ଯେ, ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଯାହା ଫଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହିତାଧିକାରୀମାନେ ନିଜ ନିଜ ଘରର ଗୁଣାତ୍ମକ ମାନ ତଦାରଖ କରିପାରିବେ।

ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଭି.କେ. ପାଣ୍ଡିଆନ୍ ମୁଖ୍ୟ ଶାସନ ସଚିବ ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

July 26, 2026

ବିଜେଡି ଛାଡି ବିଜେପିରେ ମିଶିଲେ କଳାହାଣ୍ଡିର ନେତା ପୁଷ୍ପେନ୍ଦ୍ର ସିଂହଦେଓ

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Latest News

ଆଜି ଭାରତ- ଜିମ୍ବାୱେ ଅନ୍ତିମ ଟି-୨୦ ମ୍ୟାଚ: ଟିମ ଇଣ୍ଡିଆର ପରିବର୍ତ୍ତନ ସମ୍ଭବ

July 26, 2026

କନଫର୍ମ ହୋଇନାହିଁ କି ଟ୍ରେନ ଟିକେଟ?: ଚେଷ୍ଟା କରନ୍ତୁ ଏହି ଗୁପ୍ତ କୌଶଳ

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.