Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସଂଗ୍ରାମ ଜେନାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନରେ ଶେଷ ଦର୍ଶନ, ପିସିସି ପକ୍ଷରୁ ଶୋକସଭା
ବିଶେଷ ଖବର

ସଂଗ୍ରାମ ଜେନାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନରେ ଶେଷ ଦର୍ଶନ, ପିସିସି ପକ୍ଷରୁ ଶୋକସଭା

August 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂଗ୍ରାମ ଜେନାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ଭବନରେ ଶେଷ ଦର୍ଶନ, ପିସିସି ପକ୍ଷରୁ ଶୋକସଭା

ଭୁବନେଶ୍ୱର, ପୂର୍ବତନ ଯୁବ କଂଗ୍ରେସ ସଭାପତି ତଥା ଟାଣୁଆ ସଂଗଠକ ସଂଗ୍ରାମ କେଶରୀ ଜେନା (ବାପି) ଙ୍କ ମରଶରୀର କଂଗ୍ରେସ ଭବନରେ ଶେଷ ଦର୍ଶନ ପାଇଁ ଅଣାଯାଇଥିଲା। ଭୁବନେଶ୍ବରର ବିମାନ ବନ୍ଦରରେ ତାଙ୍କ ପାର୍ଥିବ ଶରୀରକୁ ଏକ ଶୋଭାଯାତ୍ରାରେ କଂଗ୍ରେସ ଭବନ ଅଣାଯାଇଥିଲା।

ସେଠାରେ ସଭାପତି ନିରଂଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟ ପ୍ରମୁଖ ବହୁ ନେତା ଶେଷ ଦର୍ଶନ କରିଥିଲେ। ଏହାପରେ ତାଙ୍କ ମର ଶରୀରକୁ ତାଙ୍କର ଭୁବନେଶ୍ବରସ୍ଥିତ ସୂର୍ଯ୍ୟନଗରରେ ଶେଷ ଦର୍ଶନ ପାଇଁ ରଖାଯିବ। ଏହାପରେ ଆସନ୍ତାକାଲି ତାଙ୍କର ଗାଁ ଆନନ୍ଦପୁରକୁ ନିଆଯାଇ ସେଠାରେ ଶେଷକୃତ୍ୟ ସଂପର୍ଣ୍ଣ କରାଯିବ।

ତାଙ୍କ ବିୟୋଗରେ ଆଜି ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ ଶୋକ ସଭାରେ ଆୟୋଜନ କରାଯାଇଥିଲା। ଅଧ୍ୟକ୍ଷତା କରି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ କହିଲେ ଯେ ବାପି ବାବୁଙ୍କର କାର୍ଯ୍ୟ ସରିନଥିଲା । ସେ ଆଗକୁ ଆହୁରି ବଢ଼ିଥାନ୍ତେ । ଜଣେ ଦୃଢ଼ ସଂଗଠକ ଭାବରେ ତାଙ୍କର ସ୍ୱତନ୍ତ୍ର ସ୍ଥାନ ଥିଲା । ଈଶ୍ୱର ତାଙ୍କର ଅମର ଆତ୍ମାର ସଦ୍‌ଗତି ପ୍ରଦାନ କରନ୍ତୁ ଓ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଥିଲେ । ଅମର ଆତ୍ମାର ସଦଗତି ନିମନ୍ତେ ସଭାରେ ଦୁଇମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।

ସେହିପରି ଏଆଇସିସି ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ସାଂସଦ ଡ. ଏ ଚେଲା କୁମାର ଏବଂ ଏଆଇସିସି ସଂପାଦକ ତଥା ଓଡ଼ିଶା ସହ ପ୍ରଭାରୀ ଜି. ରୁଦ୍ର ରାଜୁ ସଂଗ୍ରାମ ଜେନାଙ୍କ ବିୟୋଗରେ ଶୋକ ବାର୍ତାରେ ପ୍ରକାଶ କରି କହିଛନ୍ତି ସଂଗ୍ରାମ ଜଣେ କଂଗ୍ରେସର ସଚ୍ଚା ଯୋଦ୍ଧା ଥିଲେ ତାଙ୍କ ବିୟୋଗ କଂଗ୍ରେସ ପରିବାର ପାଇଁ ଅପୁରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଓଡିଶା ପ୍ରଦେଶ କଂଗ୍ରେସ ପ୍ରଦେଶ କଂଗ୍ରେସ ଯୁବ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ଡ୍ୟୁଟିରେ ଅବହେଳା ପଡ଼ିଲା ମହଙ୍ଗା, ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ କଲେ ଏସ୍‌ପି

October 3, 2026
Latest News

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.