Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ, ଆଜି ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ, ଆଜି ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

August 22, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ, ଆଜି ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ।

କାର୍ଯ୍ୟକ୍ରମକୁ ଭର୍ଚ୍ୟୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ। ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ବପ୍ନ ଓ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ। ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।

ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର‌୍ୟ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର‌୍ୟ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।

୫-ଟି ଉପକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସ୍କୁଲ ରୂପାନ୍ତରଣ ହେଉଛି, ଆମର ୫-ଟି କାର‌୍ୟ୍ୟକ୍ରମର କ୍ଲାସିକ୍ ଉଦାହରଣ । ୫-ଟିର ପଞ୍ଚ ଆଧାର ବିଷୟରେ ଅବତାରଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ Technology, Teamwork, time, Transparency ଓ Transformaton. ଏହା ହିଁ ରୂପାନ୍ତରଣକୁ ସମ୍ଭବ କରିପାରିଛି ।

Technology ଆମକୁ Smart Class Room, e-Library, Computer ଓ Modern Laboratory ର ସୁବିଧା ଦେଇଥିବା ବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି Teamwork. ପଞ୍ଚାୟତ ପ୍ରତିନିଧି ଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟି, ଶିକ୍ଷକ-ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିପାଇଁ ମିଶି କାମ କରିଛନ୍ତି।

୫-ଟିର ତୃତୀୟ ଆଧାର ହେଉଛି Time. ଏ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି-ଶେରଗଡର ୫୦ଟି ସ୍କୁଲର ରୂପାନ୍ତରଣ କାର‌୍ୟ୍ୟ ଶେଷ କରିବା ପାଇଁ ମୁଁ ପ୍ରଶାସନକୁ target ଦେଇଥିଲି । ୬ ମାସ ତଳେ କାମ ଆରମ୍ଭ ହେଲା ଏବଂ ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହେଲା । ଏହା ସମ୍ଭବ ହୋଇପାରିଲା ସମସ୍ତଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ଯୋଗୁ ।

୫-ଟିର ଆଉ ଏକ ଗୁରୁତ୍ବପୂର୍ଣ୍ଣ ଆଧାର ହେଲା Transparency ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହାକିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । Vision Document ଠାରୁ ଆରମ୍ଭ କରି ଖର୍ଚ୍ଚ ବିଷୟରେ ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି ।

ଆଉ ଗୋଟିଏ ବିଷୟ ହେଲା ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍‌ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ଏବଂ ଯାହା କି ସମସ୍ତେ ଦେଖି ପାରୁଛନ୍ତି ଓ ଅନୁଭବ ମଧ୍ୟ କରିପାରୁଛନ୍ତି ।

ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ। ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ ।

ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ, ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ ଶକ୍ତି ଓ ସଫଳତା। ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡିଶାର ପ୍ରକୃତ ରୂପାନ୍ତର।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମ ରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ ।ସେମାନେ ସ୍କୁଲ ରୂପାନ୍ତରୀକରଣ କାମର ଉଚ୍ଚ ପ୍ରଶଂସା କରିଥିଲେ । ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ପଦାଧିକାରୀ ଓ ବିଭିନ୍ନ ଜିଲ୍ଲାର ଜିଲ୍ଲା ପାଳ ମାନେ ଉପସ୍ଥିତ ଥିଲେ ।

୫-ଟି computer Naveen Patnaik
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026
Latest News

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.