Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମୁଖ୍ୟ ଡ.ମୋହନ ଭାଗବତଙ୍କ ୫ ଦିନିଆ ଓଡିଶା ଗସ୍ତ
ଜାତୀୟ ଖବର

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମୁଖ୍ୟ ଡ.ମୋହନ ଭାଗବତଙ୍କ ୫ ଦିନିଆ ଓଡିଶା ଗସ୍ତ

August 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମୁଖ୍ୟ ଡ.ମୋହନ ଭାଗବତଙ୍କ ୫ ଦିନିଆ ଓଡିଶା ଗସ୍ତ

ଭୁବନେଶ୍ୱର, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୫ ଦିନିଆ ଓଡିଶା ଗସ୍ତରେ ଆସି ୨୪ ତାରିଖ ଦିନ ରାତିରେ ଭୁବନେଶ୍ୱରରେ ପହଁଚିବେ । ସେ ପାଂଚ ଦିନିଆ ଓଡିଶା କାର୍ଯ୍ୟକ୍ରମ ସାରି ଅଗଷ୍ଟ ୨୯ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ରବିନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି ।

ସେ କହିଛନ୍ତି ଯେ, ଡ. ଭାଗବତ ତାଙ୍କ ପ୍ରବାସ ସମୟରେ ଓଡିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ । ଅଗଷ୍ଟ ୨୬ ତାରିଖ ଦିନ ପୁରୀ ଯାଇ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିବେ । ଏହା ପରେ ସଂଘର ବିଭିନ୍ନ ବୈଠକରେ ଯୋଗଦେବେ ।

ଏହି ବୈଠକରେ ସାଧାରଣତଃ ସାଂଗଠନିକ ବିଷୟ ଉପରେ ଧ୍ୟାନ ଦିଆଯିବ । ଏଥି ସହିତ କରୋନା ସଂକ୍ରମଣରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସ୍ୱୟଂସେବକମାନଙ୍କ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରାଯିବ । ତଥା ସମ୍ଭାବ୍ୟ ତୃତୀୟ ଲହର ପ୍ରଭାବକୁ ଆକଳନ କରିବା ସହିତ, ଏଥିପାଇଁ ଆବଶ୍ୟକ କାର୍ଯ୍ୟ ଯୋଜନା ଉପରେ ବିଚାର କରାଯିବ । ଏହି ପରିପ୍ରେକ୍ଷୀରେ ଆବଶ୍ୟକ ପ୍ରଶିକ୍ଷଣ (ତାଲିମ) ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ । କୋଭିଡ-୧୯ ନିୟମ ପାଳନ ପୂର୍ବକ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । କରୋନା କାରଣରୁ କୌଣସି ସାଧାରଣ ସଭା ଅନୁଷ୍ଠିତ ହେବ ନାହିଁ ।

RSS ଡ.ମୋହନ ଭାଗବତ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.