Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭୁବନେଶ୍ବରରୁ ଛଅଟି ଦେଶକୁ ଉଡିବ ବିମାନ, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ସିନ୍ଧିଆ
ଅନ୍ତରାଷ୍ଟ୍ରୀୟ

ଭୁବନେଶ୍ବରରୁ ଛଅଟି ଦେଶକୁ ଉଡିବ ବିମାନ, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ସିନ୍ଧିଆ

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରୁ ଛଅଟି ଦେଶକୁ ଉଡିବ ବିମାନ, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ସିନ୍ଧିଆ

ନୂଆଦିଲ୍ଲୀ, ରାଜ୍ୟଗୁଡିକରେ ବିମାନ ଚଳାଚଳ ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଗ୍ରହଣ କରାଯାଉଥିବା ପଦକ୍ଷେପ ତ୍ବରାନ୍ବିତ କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ଏହି ପ୍ରସଙ୍ଗରେ ସେ ଓଡ଼ିଶା ସମେତ କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ନାଗାଲେଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି।

ଦେଶରେ ବିମାନ ଯାତ୍ରୀଙ୍କ ଚାହିଦା ପୂରଣ କରିବା ଲାଗି ଆସନ୍ତା ୪-୫ ବର୍ଷ ମଧ୍ୟରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ପକ୍ଷରୁ ୨୦ ହଜାର କୋଟି ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ବିମାନ ବନ୍ଦରର ବିକାଶ ଓ ସମ୍ପ୍ରସାରଣ କରାଯିବ।

ସିନ୍ଧିଆ ଓଡ଼ିଶାରେ ବିମାନ ଚଳାଚଳ କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପଗୁଡ଼ିକର କାର‌୍ୟ୍ୟକାରିତା ଲାଗି ଗୁରୁତ୍ବ ବହନ କରୁଥିବା ନିମ୍ନୋକ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଏଏଆଇ ପକ୍ଷରୁ ଝାରସୁଗୁଡ଼ା ବିମାନ ବନ୍ଦରର ଦ୍ବିତୀୟ ପର‌୍ୟ୍ୟାୟ ସମ୍ପ୍ରସାରଣ ପାଇଁ ୧୭୮ ଏକର ଜମିର ଆବଶ୍ୟକତା ରହିଛି। ବର୍ତ୍ତମାନ ସୁଦ୍ଧା ଏହି ଜମି ହସ୍ତାନ୍ତର କରାଯାଇନାହିଁ।
ସେହିପରି ଆଞ୍ଚଳିକ ଯୋଗାଯୋଗ ଯୋଜନା-ଉଡ଼ାନ ଅନ୍ତର୍ଗତ ବିମାନ ଚଳାଚଳ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଯଥାଶୀଘ୍ର ଜୟପୁର ଏବଂ ଉତକେଲା ବିମାନ ବନ୍ଦର ବିକଶିତ କରାଯିବାର ଆବଶ୍ୟକତା ରହିଛି।

ଆଞ୍ଚଳିକ ବିମାନ ଯୋଗାଯୋଗ ଫଣ୍ଡ ଟ୍ରଷ୍ଟ (ଆରଏସିଏଫଟି) ପାଇଁ ଭିଜିଏଫ ଅଂଶଧନ ଭାବେ ରାଜ୍ୟ ସରକାରଙ୍କ ଉପରେ ୧.୪୮ କୋଟି ଟଙ୍କା ବକେୟା ରହିଛି।
ଭୁବନେଶ୍ବର-ଦୁବାଇ, ଭୁବନେଶ୍ବର-ଆବୁଧାବି, ଭୁବନେଶ୍ବର-ବ୍ୟାଂକକ୍, ଭୁବନେଶ୍ବର-କ୍ବାଲାଲୁମ୍ପୁର, ଭୁବନେଶ୍ବର-କଲୋମ୍ବୋ, ଭୁବନେଶ୍ବର-ସିଙ୍ଗାପୁର ଏବଂ ଭୁବନେଶ୍ବର-କାଠମାଣ୍ଡୁ ମାର୍ଗରେ ଅନ୍ତର୍ଜାତୀୟ ଉଡାନ୍ ବିମାନ ଚଳାଚଳ ନିମନ୍ତେ ୧୦୦ ପ୍ରତିଶତ ଭିଜିଏଫ ସହାୟତା ଯୋଗାଇ ଦେବା ନିମନ୍ତେ ରାଜ୍ୟ ସରକାର ତାଙ୍କର ସହମତି ଦେଇପାରିବେ।

୧୦୦ ପ୍ରତିଶତ ଭିଜିଏଫ ସମର୍ଥନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସହମତି ପ୍ରଦାନ କରାଯିବା ପରେ ବିମାନ କମ୍ପାନୀଗୁଡ଼ିକ ପାଇଁ ବିଡିଂ ନିମନ୍ତେ ଏସବୁ ମାର୍ଗକୁ ଖୋଲାଯିବ ବୋଲି ସିନ୍ଧିଆ ତାଙ୍କର ପତ୍ରରେ ଦର୍ଶାଇଛନ୍ତି।

ଓଡିଶାର ବିମାନ ବନ୍ଦର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ବିମାନ ବନ୍ଦର ଭୁବନେଶ୍ବର-ଦୁବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.