Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆଜି ପବିତ୍ର ଜନ୍ମାଷ୍ଠମୀ, ଜାଣନ୍ତୁ ଆଜକୁ କେତେବର୍ଷ ତଳେ ଶ୍ରୀକୃଷ୍ଣଙ୍କର ହୋଇଥିଲା ଧରା ଅବତରଣ
ଧର୍ମ

ଆଜି ପବିତ୍ର ଜନ୍ମାଷ୍ଠମୀ, ଜାଣନ୍ତୁ ଆଜକୁ କେତେବର୍ଷ ତଳେ ଶ୍ରୀକୃଷ୍ଣଙ୍କର ହୋଇଥିଲା ଧରା ଅବତରଣ

August 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ପବିତ୍ର ଜନ୍ମାଷ୍ଠମୀ, ଜାଣନ୍ତୁ ଆଜକୁ କେତେବର୍ଷ ତଳେ ଶ୍ରୀକୃଷ୍ଣଙ୍କର ହୋଇଥିଲା ଧରା ଅବତରଣ

ଭୁବନେଶ୍ବର, ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁ ଧର୍ମର ଏହା ହେଉଛି ଏକ ବଡ ପର୍ବ। ଏହି ଦିନ ପ୍ରାୟତଃ ସମସ୍ତେ ଉପବାସ ଗ୍ରହଣ କରିଥାନ୍ତି। ଓଡିଶାର ବିଭିନ୍ନ ସ୍ଥାନରେ ଏହି ଦିନ ସ୍ବତନ୍ତ୍ର ଉତ୍ସବ ପାଳନ କରାଯାଇଥାଏ। ଶ୍ରୀମନ୍ଦିରରେ ମଧ୍ୟ ଜନ୍ମାଷ୍ଠମୀ ପର୍ବ ଦିନ ସ୍ବତନ୍ତ୍ର ନୀତି କରାଯାଇଥାଏ।

ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ, ଦ୍ବାପର ଯୁଗ ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ । ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ । ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହେଇଛି। ବର୍ତ୍ତମାନ କଳିଯୁଗ ଯୁଗାଦ୍ଦ ୫୧୧୩ ଚାଲିଛି । ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ। ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ତାଙ୍କର ଜନ୍ମ ହେଇଥିଲା ।

ଅବତାର ଅର୍ଥ ଅବତୀର୍ଣ୍ଣ ହେବା, ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ । ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ । ବ୍ରହ୍ମା, ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ ।

ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ । ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ । ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜ୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ ।

ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନାକରିଦେଇଥିଲେ । ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ।କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ । ଏଠାରେ ତାଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ ।

ମହାଭାରତ ଯୁଦ୍ଧରେ ଅର୍ଜୁନଙ୍କୁ ନିମିତ୍ତମାତ୍ର କରି ମାନବ ସମାଜକୁ ଯେଉଁ ସାଂଖ୍ୟଯୋଗ, କର୍ମଯୋଗ, ଜ୍ଞାନଯୋଗ ଓ ଭକ୍ତିଯୋଗ ଶିକ୍ଷାପ୍ରଦାନ କରିଛନ୍ତି,ତାହାକୁ ପାଥେୟ କରି ବିଷୟାସକ୍ତ ଅଜ୍ଞାନ ଜୀବ ନିଜର ସାଧାରଣ ଜୀବନରେ ବାସ୍ତବ ସମସ୍ୟାକୁ ଉପଲବ୍ଧି କରି ନିଜକୁ ଉଦ୍ଧାର କରୁଛନ୍ତି । ଏହା ଭାଗବତ ଗୀତା ନାମରେ ବିଶ୍ୱ ବିଖ୍ୟାତ । ଭଗବତ ଗୀତା ବିଶ୍ବ ସାହିତ୍ୟ ଭଣ୍ଡାରରେ ଏକ ଅନନ୍ୟ ସ୍ଥାନ ଅଧିକାର କରିଛି । ଏଥିରେ ରଚିତ ହେଇଥିବା ଭଗବାନ ଶ୍ରୀକୃଷ୍ଣଙ୍କର ମୁଖନିଃସୃତ ବାଣୀ ବୋଲି ବିଶ୍ବାସ ରହିଛି।

ଜନ୍ମାଷ୍ଠମୀ ଶ୍ରୀକୃଷ୍ଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.