Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା: ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା: ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

August 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ଫସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି। ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ। ମନେରେଗା ରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସଂପଦ ବିଭାଗ ନିଜସ୍ବ ବିକଳ୍ପ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି।

କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସଂପର୍କରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।

ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026
Latest News

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.