Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ସାରା ଦେଶରୁ ୨୦୨୫ ମସିହା ସୁଦ୍ଧା ଯକ୍ଷ୍ମାମୁକ୍ତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ
PIB_NEWS

ସାରା ଦେଶରୁ ୨୦୨୫ ମସିହା ସୁଦ୍ଧା ଯକ୍ଷ୍ମାମୁକ୍ତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ

September 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାରା ଦେଶରୁ ୨୦୨୫ ମସିହା ସୁଦ୍ଧା ଯକ୍ଷ୍ମାମୁକ୍ତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ

ନୂଆଦିଲ୍ଲୀ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବୀୟ ଆଜି ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ କ୍ଷେତ୍ରର ସ୍ୱାସ୍ଥ୍ୟମନ୍ତ୍ରୀ ଓ ପ୍ରମୁଖ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବମାନଙ୍କ ସହ ୨୦୨୫ ମସିହା ସୁଦ୍ଧା ଏକ ଯକ୍ଷ୍ମାମୁକ୍ତ ଭାରତ ଗଠନ ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ମଧ୍ୟ ଉପସ୍ଥିତ ଥିଲେ । ଏହି ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ ସହଯୋଗ ଓ ସମନ୍ୱୟରେ କିଭଳି ଭାବେ ଯକ୍ଷ୍ମାମୁକ୍ତ ଭାରତ ଗଠନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇ ପାରିବ ସେ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

ଏହି ବୈଠକରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀମାନେ ସାମିଲ ହୋଇଥିଲେ । ସେମାନଙ୍କ ମଧ୍ୟରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ କିଶୋର ଦାସ, ଶ୍ରୀ ଟି ଏସ ସିଂହଦେଓ, ସ୍ୱାସ୍ଥ୍ୟମନ୍ତ୍ରୀ (ଛତିଶଗଡ଼), ଶ୍ରୀ ମଙ୍ଗଳ ପାଣ୍ଡେ, ସ୍ୱାସ୍ଥ୍ୟ ମନ୍ତ୍ରୀ (ବିହାର) ପ୍ରମୁଖ ଆଠଟି ରାଜ୍ୟର ପ୍ରତିନିଧି ଯୋଗଦେଇଥିଲେ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାଣ୍ଡବୀୟ ତାଙ୍କର ସନ୍ତୋଷ ବ୍ୟକ୍ତ କରି କହିଲେ ଯେ ଯକ୍ଷ୍ମା ରୋଗର ଉନ୍ମୁଳନ ନିମନ୍ତେ ସମସ୍ତଙ୍କ ମିଳିତ ପ୍ରୟାସର ଆବଶ୍ୟକତା ରହିଛି ଏବଂ ଏହି କ୍ରମରେ ସେ ପରାମର୍ଶ ଦେଇ କହିଥିଲେ ଯେ ନିୟମିତ ଭାବେ ଏଭଳି ସମୀକ୍ଷା ଆଲୋଚନା ଜରିଆରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ କ୍ଷେତ୍ରମାନଙ୍କରେ ଗ୍ରହଣ କରାଯାଉଥିବା ଶ୍ରେଷ୍ଠ କାର୍ଯ୍ୟକ୍ରମ ସଂପର୍କରେ ସଭିଏଁ ଅବଗତ ହୋଇପାରିବେ ।

୨୦୨୫ ମସିହା ସୁଦ୍ଧା ଏକ ଯକ୍ଷ୍ମାମୁକ୍ତ ଭାରତ ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର କରିବା ଦିଗରେ ସମସ୍ତଙ୍କୁ ଠାରୁ ପରାମର୍ଶ ଗ୍ରହଣ କରାଯିବ । ରାଜ୍ୟ ତଥା କେନ୍ଦ୍ରଶାସିତ କ୍ଷେତ୍ରମାନଙ୍କୁ ପ୍ରୋତ୍ସାହିତ କରି ସେ କହିଲେ ଯେ କୋଭିଡ଼ ସଂପର୍କରେ ଜନ ସ୍ୱାସ୍ଥ୍ୟ ପରିଚାଳନା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଓ ପ୍ରୟାସ ଯାହକି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗ୍ରହଣ କରାଯାଇଛି ସେ ସଂପର୍କରେ ଜନସାଧାରଣଙ୍କୁ ଅବଗତ କରିବା ଉଚିତ ।

କୋଭିଡ଼ ୧୯ ମହାମାରୀ ଯୋଗୁ ଯକ୍ଷ୍ମା ନିରାକରଣ ଦିଗରେ ହାସଲ କରାଯାଇଥିବା ସଫଳତା ପ୍ରତି ଉତ୍ପନ୍ନ ବିପଦ ସଂପର୍କରେ ଶ୍ରୀ ମାଣ୍ଡବୀୟ କହିଲେ ଯେ କୋଭିଡ଼ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ଆମକୁ ଆହୁରି ତ୍ୱରାନ୍ୱିତ କରିବାକୁ ହେବ । ଗତ କିଛି ଦିନ ମଧ୍ୟରେ ଏହା ତ୍ୱରାନ୍ୱିତ ହୋଇି । ସେପ୍ଟେମ୍ବର ୫ ତାରିଖ ସୁଦ୍ଧା ଦେଶର ସମସ୍ତ ଶିକ୍ଷକଙ୍କୁ ଟିକାକରଣ କରାଯିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ରାଜ୍ୟମାନଙ୍କୁ ଅତିରିକ୍ତ ଟିକା ଡୋଜ୍‍ ଯୋଗାଇ ଦିଆଯାଇଛି ।

ଯକ୍ଷ୍ମା ଉନ୍ମୁଳନ କାର୍ଯ୍ୟକ୍ରମରେ ସାମିଲ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ କ୍ଷେତ୍ରର ପ୍ରତିନିଧିମାନେ ଏହି ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ ଏବଂ ବିଗତ ବର୍ଷମାନଙ୍କରେ ନିଜ ନିଜ ରାଜ୍ୟରେ ଯେଉଁସବୁ କାର୍ଯ୍ୟ ସଂପାଦନ କରାଯାଇଛି ତାହାର ରିପୋର୍ଟ ଉପସ୍ଥାପନ କରିଥିଲେ ଯାହାକି ଏହି ଆନ୍ଦୋଳନକୁ ଆଗାମୀ ଦିନରେ ଅଧିକ ତ୍ୱରାନ୍ୱିତ କରିବ ଏବଂ ୨୦୨୫ ମସିହା ସୁଦ୍ଧା ଏହି ରୋଗକୁ ଦେଶରୁ ସମୂଳେ ବିନାଶ ଘଟାଇବ ।

କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଶ୍ରୀ ରାଜେଶ ଭୂଷଣ, ଅତିରିକ୍ତ ସଚିବ (ସ୍ୱାସ୍ଥ୍ୟ) ସୁଶ୍ରୀ ଆରତୀ ଆହୂଜା, ଅତିରିକ୍ତ ସଚିବ (ସ୍ୱାସ୍ଥ୍ୟ) ଡକ୍ଟର ମନୋହର ଅଗନାନୀ ଏବଂ ମନ୍ତ୍ରଣଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.