Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂର୍ବତଟ ରେଳ ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ୟୁଟିଏସ ଟିକେଟ ବିକ୍ରୀ, ଜାଣନ୍ତୁ କେଉଁ ଟ୍ରେନ
ଜାତୀୟ ଖବର

ପୂର୍ବତଟ ରେଳ ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ୟୁଟିଏସ ଟିକେଟ ବିକ୍ରୀ, ଜାଣନ୍ତୁ କେଉଁ ଟ୍ରେନ

September 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳ ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ୟୁଟିଏସ ଟିକେଟ ବିକ୍ରୀ,ଜାଣନ୍ତୁ କେଉଁ ଟ୍ରେନ

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ କିଛି ସୀମିତ ଟ୍ରେନରେ ଅଣସଂରକ୍ଷିତ (ୟୁଟିଏସ) ଟିକେଟ୍ ବୁକିଂ ଦ୍ୱାରା ଯାତ୍ରା କରିବା ପାଇଁ ଅନୁମତି ଦେଇଛି।ଏହାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଯାତ୍ରୀଙ୍କ ପାଇଁ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି।

ବର୍ତ୍ତମାନ, ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ମଧ୍ୟରେ ୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଏବଂ ୦୮୪୫୬/୦୮୪୫୫ ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍ ସ୍ୱତନ୍ତ୍ର ଟ୍ରେନ୍ ରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଯାତ୍ରା ପାଇଁ ଅନୁମତି ଦେଇଥିବାବେଳେ ୱାଲଟିୟର ଓ ସମ୍ବଲପୁର ରେଳ ମଣ୍ଡଳ ମଧ୍ୟରେ ୦୮୫୨୧/୦୮୫୨୨ ଗୁଣୁପୁର-ବିଶାଖାପାଟନମ୍-ଗୁଣୁପୁର ସ୍ପେଶାଲ୍, ୦୮୫୨୭/୦୮୫୨୮ ରାୟପୁର-ବିଶାଖାପାଟନମ୍-ରାୟପୁର ସ୍ପେଶାଲ୍, ୦୮୨୬୩/୦୮୨୬୪ ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ସ୍ପେଶାଲ ଏବଂ ୦୭୨୬୫/୦୭୨୬୬ କାକିନଡା-ବିଶାଖାପାଟନମ୍-କାକିନଡା ବିଶେଷ ଟ୍ରେନ ମାନଙ୍କରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ ଯାତ୍ରା ପାଇଁ ଅନୁମତି ଦିଆଯାଇଛି।

ଏହା ବ୍ୟତୀତ, ଖୁବ୍ ଶୀଘ୍ର ଚଳାଚଳ କରିବାକୁ ଥିବା ଖୋର୍ଦ୍ଧା ରୋଡ଼-ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ସ୍ପେଶାଲ୍ ଏବଂ ଖଡ଼ଗ୍ପୁର-ଭଦ୍ରକ-ଖଡ଼ଗ୍ପୁର ସ୍ପେଶାଲ୍ ଟ୍ରେନ ମାନଙ୍କରେ ୟୁଟିଏସ ଟିକେଟ୍ ମାଧ୍ୟମରେ ଟ୍ରେନ ଯାତ୍ରା ପାଇଁ ଅନୁମତି ଦିଆଯିବ ବୋଲି ରେଳବାଇ ପକ୍ଷରୁ କୁହାଯାଇଅଛି।

କୋଭିଡ ପାଇଁ ଟ୍ରେନ ଯାତ୍ରା ସମ୍ବନ୍ଧୀୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ ଅନୁଯାୟୀ, ସମ୍ପୂର୍ଣ୍ଣ ପ୍ରତୀକ୍ଷା ତାଲିକା ଥିବା ଟ୍ରେନ ଟିକେଟ ଯାତ୍ରୀଙ୍କୁ ଟ୍ରେନରେ ଯାତ୍ରା କରିବା ଏବଂ ଷ୍ଟେସନରେ ପ୍ରବେଶ କରିବାକୁ ଅନୁମତି ଦିଆଯାଉ ନାହିଁ ଜ୍ଝ ଅଣସଂରକ୍ଷିତ ୟୁଟିଏସ ଟିକେଟ୍ କୁ ବର୍ତ୍ତମାନ ଉପରୋକ୍ତ ସୀମିତ ଟ୍ରେନ୍ ଗୁଡିକରେ ଅନୁମତି ଦିଆଯାଉଛି ଯେଉଁଥିରେ କେବଳ ଏହିପରି ଅଣସଂରକ୍ଷିତ ଯାତ୍ରା ଅନୁମତି ଦିଆଯାଇଛି।

ଟ୍ରେନ୍ ଯାତ୍ରା ସମୟରେ ଷ୍ଟେସନରେ କୋଭିଡ ସଙ୍କଟ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ କୋଭିଡ୧୯ ଉପଯୁକ୍ତ ଆଚରଣ ଅନୁସରଣ କରିବାକୁ ପୂର୍ବ ତଟ ରେଳପଥ ପକ୍ଷରୁ ଯାତ୍ରୀମାନଙ୍କୁ ନିବେଦନ କରାଯାଉଅଛି।

ଖୋର୍ଦ୍ଧା ରୋଡ ପୂର୍ବତଟ ରେଳପଥ ରେଳ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Latest News

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.