Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୃହ ଭିତରେ ବିରୋଧୀଙ୍କ ହଟ୍ଟଗୋଳ, ବାଚସ୍ପତିଙ୍କ ଚ୍ୟାମ୍ବର ଘେରାଉ, ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମୁଲତବି
ବିଶେଷ ଖବର

ଗୃହ ଭିତରେ ବିରୋଧୀଙ୍କ ହଟ୍ଟଗୋଳ, ବାଚସ୍ପତିଙ୍କ ଚ୍ୟାମ୍ବର ଘେରାଉ, ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମୁଲତବି

September 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ବିଧାନସଭାରେ ବିରୋଧୀ କଂଗ୍ରେସ ଏବଂ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରି ନାହିଁ। ଏପରିକି ଆଜି ପ୍ରଶ୍ନକାଳ ମଧ୍ୟ ଚାଲିପାରି ନାହିଁ। ଖଣି ଦୁର୍ନିତି ପ୍ରସଂଗକୁ ଆଲୋଚନା ପାଇଁ କଂଗ୍ରେସ ପ୍ରସ୍ତାବ ଆଣିଥିଲା। ହେଲେ ବାଚସ୍ପତି ଅନୁମତି ଦେଇ ନ ଥିଲେ। ଫଳରେ କଂଗ୍ରେସ ବିଧାୟକମାନେ ଗୃହ ଭିତରେ ହଟ୍ଟଗୋଳ କରିଥିଲେ।

ସେହିପରି ବିଜେପି ମଧ୍ୟ ବିଭିନ୍ନ ପ୍ରସଂଗ ନେଇ ସରକାରଙ୍କ ବିରୋଧରେ ନାରାବାଜି କରି ଗୃହ ମଧ୍ୟରେ ହଟ୍ଟଗୋଳ କରିଛି। ଉଭୟ ବିଜେପି ଏବଂ କଂଗ୍ରେସ ହଟ୍ଟଗୋଳ କରିବାରୁ ପ୍ରଶ୍ନକାଳ ଚାଲିପାରି ନ ଥିଲା। ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ ନିକଟରେ ଆସି ହୋହାଲ୍ଲା କରିବାରୁ ବାଚସ୍ପତି ପ୍ରଥମେ ୧୧ ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଥିଲେ।

ଏହାପରେ ବିରୋଧୀ ସଭ୍ୟମାନେ ବାଚସ୍ପତିଙ୍କ ଚ୍ୟାମ୍ବରକୁ ଯାଇ ଘେରାଉ କରିଥିଲେ ବୋଲି ବିଜେପି ସଦସ୍ୟ କହିଛନ୍ତି। ଏପରି ବିଶୃଙ୍ଖଳା ଭିତରେ ପୁଣିଥରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ପୂର୍ବପରି ସଭ୍ୟମାନେ ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବି ଘୋଷଣା କରିଛନ୍ତି।

ବିଧାନସଭା ବିଧାନସଭା ମୌସୁମୀ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.