Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆଜି ହେଉଛି ଗଣେଷ ପୂଜା, ଜାଣନ୍ତୁ ଭଗବାନ ଶ୍ରୀଗଣେଷଙ୍କୁ କଣ ଭୋଗ କଲେ ସେ ହୁଅନ୍ତି ଖୁସି
ଧର୍ମ

ଆଜି ହେଉଛି ଗଣେଷ ପୂଜା, ଜାଣନ୍ତୁ ଭଗବାନ ଶ୍ରୀଗଣେଷଙ୍କୁ କଣ ଭୋଗ କଲେ ସେ ହୁଅନ୍ତି ଖୁସି

September 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ଗଣେଷ ପୂଜା, ଜାଣନ୍ତୁ ଭଗବାନ ଶ୍ରୀଗଣେଷଙ୍କୁ କଣ ଭୋଗ କଲେ ସେ ହୁଅନ୍ତି ଖୁସି

ଭୁବନେଶ୍ବର, ଗଣେଶ ଚତୁର୍ଥୀ ଦିନ ଭଗବାନ ଗଣେଶଙ୍କୁ 10 ଦିନ ଧରି ପୂଜା କରାଯାଇଥାଏ। କେତେକ ରାଜ୍ୟରେ ଏହି ଗଣେଶ ପର୍ବ କେବଳ ତିନି ଦିନ ଧରି ଚାଲିଥାଏ ଏବଂ ଏହା ପରେ ବିଷର୍ଜନ କରାଯାଇଥାଏ । ୧୦ ଦିନ ଧରି ଚାଲିଥିବା ଏହି ପର୍ବରେ ଅର୍ଥାତ୍ ଅନନ୍ତ ଚତୁର୍ଦଶୀ ବା ଅନନ୍ତ ବ୍ରତ ପର୍ଯ୍ୟନ୍ତ ପାଳନ କରାଯାଇଥାଏ।

ତେବେ ଭଗବାନ ଗଣେଷ ବେଶ୍ ଖାଦ୍ୟ ପ୍ରିୟ। ତାଙ୍କର ଭୋଗ ମଧ୍ୟରେ ରହିଛି ସ୍ବତନ୍ତ୍ରତା। ବିଶେଷ ଭାବେ ସେ ମିଠା ଜାତୀୟ ଭୋଗକୁ ବେଶ ପସନ୍ଦ କରିଥାନ୍ତି। ସେଥିପାଇଁ ସେ ସବୁବେଳେ ହାତରେ ଏକ ଲଡୁ ଧରିଥାନ୍ତି। ଏଥିସହିତ ଗଣେଷଙ୍କ ଆଉ କିଛି ପ୍ରିୟ ଭୋଗ ରହିଛି। ଆସନ୍ତୁ ସେ ସଂପର୍କରେ କିଛି ଜାଣିବା।

1-ମୋଦକ ଲଡୁ : ମୋଦକ ଲଡୁ ଗଣେଶଙ୍କ ପାଇଁ ଅତ୍ୟନ୍ତ ପ୍ରିୟ । ମୋଦକ ମଧ୍ୟ ଅନେକ ଭିନ୍ନ ଉପାୟରେ ତିଆରି ହୋଇଥାଏ । ମହାରାଷ୍ଟ୍ରରେ, ବିଶେଷକରି ଗଣେଶ ପୂଜା ଅବସରରେ, ଘରେ ବିଭିନ୍ନ ପ୍ରକାରର ମୋଦକ ତିଆରି କରାଯାଏ ।

2-ବୁନ୍ଦି ଲଡୁ : ମୋଦକ ପରେ ଗଣେଶ ମଧ୍ୟ ନୈବ୍ୟଦ ଆକାରରେ ବୁନ୍ଦି ଲଡୁ ପ୍ରଦାନ କରାଯାଇଥାଏ। ଏହା ମଧ୍ୟ ଗଣେଷଙ୍କ ବେଶ୍ ପ୍ରିୟ। ସେ ଶୁଦ୍ଧ ଘିଅରୁ ପ୍ରସ୍ତୁତ ଏହି ମଇଦା ଲଡୁକୁ ପସନ୍ଦ କରନ୍ତି ।

3-ନଡ଼ିଆ ଚାଉଳ: ଏହା ଦକ୍ଷିଣ ଭାରତରେ ତିଆରି ହୁଏ । ଚାଉଳକୁ ନଡ଼ିଆ କ୍ଷୀର କିମ୍ବା ପାଣିରେ ଭିଜାଇ କିମ୍ବା ଚାଉଳ ସହିତ ମିଶାଇ ରନ୍ଧାଯାଇଥାଏ। ଏହା କେବଳ ଗଣେଷ ପୂଜା ଦିନ ପ୍ରସ୍ତୁତ କରାଯାଇଥାଏ।

4-ଖୁଆ ପେଡା : ଏହା କ୍ଷୀରରେ ତିଆରି ଏକ ମହାରାଷ୍ଟ୍ରୀୟ ଖାଦ୍ୟ । ଏହାର ଆକାର ଗୋଲାକାର ।

5-ପଞ୍ଚାମୃତ : ପଞ୍ଚାମୃତ ମଧ୍ୟ ଗଣେଷଙ୍କର ପ୍ରିୟ ଅଟେ। ସାଧାରଣତଃ ବିଭିନ୍ନ ପୂଜାରେ ଖିର, ଦହି, ଘିଏ ମହୁ ଏବଂ ଗୁଡ ରେ ପ୍ରସ୍ତୁ ଏହା ଏକ ଭିନ୍ନ ଭୋଗ।

6-ରସାବଳି: ରସାବଳି ମଧ୍ୟ ଶ୍ରୀଗଣେଷଙ୍କ ଅତି ପ୍ରିୟ ଭୋଗ। ଏହା ମଧ୍ୟ ସମସ୍ତେ ଘରେଘରେ ପ୍ରସ୍ତୁତ କରିଥାନ୍ତି। କଦଳୀ ଖିର ଏବଂ ମିଠା ମିଶାଇ ତାହାକୁ ଚକଡି ଏହାକୁ ପ୍ରସ୍ତୁତ କରାଯାଇଥାଏ।

7-ପାଏସ ବା ଖିରୀ: ଏହି ଭୋଗ ମଧ୍ୟ ଗଣେଷଙ୍କର ପ୍ରିୟ। ଏହାକୁ ମଧ୍ୟ ସମସ୍ତେ ଘରେ ପ୍ରସ୍ତୁତ କରିଥାନ୍ତି। ହେଲେ ଏହା ଭୋଜି ଖିରୀ ପରି କରାଯିବ ନାହିଁ। ଏହାକୁ ମୁଗ ଖିରୀ ବୋଲି କୁହାଯାଏ। ଅର୍ଥାତ ଏହାକୁ ମୁଗ, ଖିରୀ ଚାଉଳ, ଖିର ଏବଂ ମିଠା ଦ୍ବାରା ପ୍ରସ୍ତୁତ ହୋଇଥାଏ।

8- ନଡିଆ : ଭଗବାନ ଗଣେଷଙ୍କ ପ୍ରିୟ ହେଉଛି ନଡିଆ। ସେଥିପାଇଁ ସ୍କୁଲରେ ଗଣେଷ ପୂଜା ବେଳେ ନଡିଆ ବାଡାଇବା ପରଂପରା ରହିଛି। ସେଥିପାଇଁ ଗଣେଷ ପୂଜାରେ ନଡିଆ ଭୋଗ ନିଶ୍ଚିତ କରାଯାଇଥାଏ।

ଗଣେଷ ପୂଜା ଗଣେଷଙ୍କ ପ୍ରିୟ ଭୋଗ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.