Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରବି ଫସଲ ପାଇଁ ୩୭ ଲକ୍ଷ ଚାଷୀଙ୍କୁ ମିଳିଲା କାଳିଆ ସହାୟତା
ବିଶେଷ ଖବର

ରବି ଫସଲ ପାଇଁ ୩୭ ଲକ୍ଷ ଚାଷୀଙ୍କୁ ମିଳିଲା କାଳିଆ ସହାୟତା

September 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏଁ ଜମା କରାଯାଇଛି। ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା। ସାରା ରାଜ୍ୟର ସମସ୍ୟା। ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି।

ଏମଏସପି ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି। ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା ହୋଇଛି। ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ। ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା। ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ। ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ନୟାଗଡ଼ରୁ କାର୍ଯ୍ୟକ୍ରମରେ ଯୋଗ ଦେଇ କୃଷି ମନ୍ତ୍ରୀ ଅରୁଣ ସାହୂ ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ସେମାନଙ୍କ ମତ ରଖି ସମ୍ଵଲପୁରର ମକରଧ୍ବଜ ମେଣ୍ଡଳି ବରଗଡର ଲାସିମା ବିଶ୍ବାଳ, ରାଧାକାନ୍ତ ବଲାଙ୍ଗୀରର ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ଫ୍ରଶସା କରିଥିଲେ ଏବଂ ଏହି ଯୋଜନାରେ ଠିକ ସମୟରେ ସହାୟତା ମିଳୁଥବାରୁ ଆଉ ଧାର କରଜ କରିବାକୁ ପଡୁନାହିଁ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ସଚିବ ଏସ୍ କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ଓଡିଶା କାଳିଆ ସହାୟତା ବ୍ୟାଙ୍କ ଆକାଉଣ୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବି ଫସଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Latest News

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.