Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶନିବାର ସଂଧ୍ୟାରେ ଚାରୋଟି ଜିଲ୍ଲାରେ ଆସିପାରେ ବନ୍ୟା; ସ୍ବତନ୍ତ୍ର ରିଲିଫ କମିଶନର
ବିଶେଷ ଖବର

ଶନିବାର ସଂଧ୍ୟାରେ ଚାରୋଟି ଜିଲ୍ଲାରେ ଆସିପାରେ ବନ୍ୟା; ସ୍ବତନ୍ତ୍ର ରିଲିଫ କମିଶନର

September 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶନିବାର ସଂଧ୍ୟାରେ ଚାରୋଟି ଜିଲ୍ଲାରେ ଆସିପାରେ ବନ୍ୟା, ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ଶନିବାର ସଂଧ୍ୟା ସୁଦ୍ଧା 4ଟି ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି। ସେହି ଚାରୋଟି ଜିଲ୍ଲା ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ପୁରୀ। ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

ଗତ ତିନିଦିନ ଧରି ରାଜ୍ୟରେ ଲଗାତର ପ୍ରବଳ ବର୍ଷା ହେବା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ହୀରାକୂଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଉଛି। ବର୍ତ୍ତମାନ ଏହି ଡ୍ୟାମର 28ଟି ଗେଟ ଖୋଲାଯାଇଛି। ସେଥିପାଇଁ କେତେକ ସ୍ଥାନରେ ବନ୍ୟା ସମ୍ଭାବନା ରହିଛି ବୋଲି ଶ୍ରୀ ଜେନା କହିଛନ୍ତି।

ବର୍ତ୍ତମାନ ହୀରାକୂଦରେ ସେକେଣ୍ଡ ପିଛା ୫ ଲକ୍ଷ ୨୦ ହଜାର ୪୫୭ କ୍ୟୁସେକ ଜଳ ପ୍ରବେଶ କରୁଛି । ଅନ୍ୟପକ୍ଷରେ ୨୮ଟି ଗେଟ୍ ଦେଇ ୪ ଲକ୍ଷ ୮୧ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଶନିବାର ସୁଦ୍ଧା ମୁଣ୍ଡଳୀରେ ଆଠ ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବର ସମ୍ଭାବନା ରହିଛି।

ସେହିପରି ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ରେଙ୍ଗାଳିରେ ମଧ୍ୟ ଗୋଟିଏ ଗେଟ ଖୋଲାଯାଇଛି। ଏହି ନଦୀ ଫୁଲୁଥିବାରୁ ଏହାର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଶ୍ରୀ ଜେନା କହିଛନ୍ତି।

ତେବେ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ବୋଲି ଶ୍ରୀ ଜେନା କହିଛନ୍ତି। ଏଥିପାଇଁ ତିରିଶିଟି ଓଡ୍ରାଫ ଟିମ ଏବଂ ବାରଟି ଏନଡିଆରଫ ଟିମକୁ ବନ୍ୟା ସାମ୍ଭବ୍ୟ ଜିଲ୍ଲାକୁ ପଠାଯାଇଛି ବୋଲି ଶ୍ରୀ ଜେନା କହିଛନ୍ତି।

ଓଡିଶାରେ ବନ୍ୟା ଆଶଙ୍କା ବନ୍ୟା ମହାନଦୀ ହୀରାକୂଦ ଜଳଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.