Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୋହନ ଭାଗବତଙ୍କ ସହ ମହିଳାଙ୍କ ଫଟୋ ନ ଥିବା ନେଇ ରାହୁଳ ଗାନ୍ଧୀଙ୍କ ବୟାନ, ଭୋପାଳରେ ଋଜୁ ହେଲା ମାମଲା
ଜାତୀୟ ଖବର

ମୋହନ ଭାଗବତଙ୍କ ସହ ମହିଳାଙ୍କ ଫଟୋ ନ ଥିବା ନେଇ ରାହୁଳ ଗାନ୍ଧୀଙ୍କ ବୟାନ, ଭୋପାଳରେ ଋଜୁ ହେଲା ମାମଲା

September 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୋହନ ଭାଗବତଙ୍କ ସହ ମହିଳାଙ୍କ ଫଟୋ ନ ଥିବା ନେଇ ରାହୁଳ ଗାନ୍ଧୀଙ୍କ ବୟାନ, ଭୋପାଳରେ ଋଜୁ ହେଲା ମାମଲା

ନୂଆଦିଲ୍ଲୀ: ରାହୁଳ ଗାନ୍ଧୀଙ୍କ ବିବାଦୀୟ ମନ୍ତବ୍ୟ ନେଇ ଭୋପାଳରେ ତାଙ୍କ ବିରୋଧରେ ଏଫଆଇଆର ଋଜୁ କରାଯାଇଛି। ଏଥିସହିତ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଧ୍ୟ ଏହା ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ରାହୁଳ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ଋଜୁ ହେବା ପରେ ଆଇନି ବିଶେଷଜ୍ଞଙ୍କ ସହିତ ଆଲୋଚନା କରାଯାଉଛି।

ହିନ୍ଦୁ ଦେବାଦେବୀ ଏବଂ ଆରଏସଏସ ବିରୋଧରେ ରାହୁଳ ଗାନ୍ଧୀ ଯେପରି ବୟାନ ଦେଇଛନ୍ତି ତାହା ଠିକ୍ ନୁହେଁ। ରାହୁଳ ଗାନ୍ଧୀ ସୁବିଧାବାଦୀ ରାଜନୀତି କରିବା ପାଇଁ ଏପରି ବୟାନ ଦେଇଛନ୍ତି। ଯାହା କୋଟି କୋଟି ହିନ୍ଦୁଙ୍କୁ ଆଘାତ ଦେଇଛି। ଏହା ବିରୋଧରେ ଏକ ଦୃଢ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

ସେହିପରି ମଧ୍ୟ ପ୍ରଦେଶ ବିଜେପି ବିଧାୟକ ରାମେଶ୍ବର ଶର୍ମା ମଧ୍ୟ ଥାନାରେ ଏକ ମାମଲା ଋଜୁ କରିଛନ୍ତି। ସେ କହିଛନ୍ତି ଯେ, ରାହୁଳଙ୍କ ହିନ୍ଦୁ ଦେବାଦେବୀଙ୍କୁ ଅପମାନିତ କରିବା ହିନ୍ଦୁ ସମାଜକୁ ଆଘାତ କରିଛି। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠା ନିଆଯିବାର ଆବଶ୍ୟକ ରହିଛି ବୋଲି ସେ କହିଛନ୍ତି।

ନିକଟରେ ରାହୁଳ ଗାନ୍ଧୀ ନୂଆଦିଲ୍ଲୀରେ ମହିଳା କଂଗ୍ରେସର ଏକ ସଭାରେ ବିଜେପି ଏବଂ ଆରଏସଏସ କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆପଣମାନେ ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ, ସେଥିରେ ତାଙ୍କ ସହିତ ଦୁଇ ତିନି ଜଣ ମହିଳା ଥିବାର ନିଶ୍ଚିତ ନଜରକୁ ଆସିବ। ହେଲେ ଆପଣମାନେ ଆରଏସଏସର ମୁଖ୍ୟ ମୋହନ ଭାଗବତଙ୍କୁ ଦେଖିଛନ୍ତି। ତାଙ୍କ ସହିତ କେବେ ଜଣେ ମହିଳା ଥିବାର ଦେଖିଛନ୍ତି କି ? ଆପଣମାନେ କେବେ ଦେଖି ନ ଥିବେ।

ଏହାପରେ ସେ କହିଥିଲେ ଯେ, ଏହାର କାରଣ କଣ ଜାଣିଛନ୍ତି ? ଏହାର କାରଣ ହେଲା ଆରଏସଏସ ନାରୀମାନଙ୍କୁ ଦମନ କରିବାକୁ ଚାହେଁ। ହେଲେ କଂଗ୍ରେସ ମହିଳାମାନଙ୍କୁ ଉପରକୁ ଉଠିବା ପାଇଁ ମଞ୍ଚ ତିଆରି କରେ। ଏହାପରେ ସେ କହିଥିଲେ ଯେ, ଆରଏସଏସ ହିନ୍ଦୁ ଧର୍ମ ନାମରେ ଦଲାଲି କରୁଛି।

ରାହୁଳଙ୍କ ଏହି ଭାଷଣ ସାମାଜିକ ଗଣମାଧ୍ୟମରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଅନ୍ୟପକ୍ଷରେ ସଂଘ ତରଫରୁ ତାଙ୍କର ଏହି ଭିଡିଓ ଉପରେ ତୀବ୍ର ସମାଲୋଚନା କରାଯାଇଛି।

ମୋହନ ଭାଗବତ ରାହୁଳ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.