Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚିହ୍ନଟ ହେବେ ଜାଲ ସାର୍ଟିଫିକେଟ୍‌ଧାରୀ ଶିକ୍ଷକ, ନିଆଯିବ କାର୍ଯ୍ୟାନୁଷ୍ଠାନ
ବିଶେଷ ଖବର

ଚିହ୍ନଟ ହେବେ ଜାଲ ସାର୍ଟିଫିକେଟ୍‌ଧାରୀ ଶିକ୍ଷକ, ନିଆଯିବ କାର୍ଯ୍ୟାନୁଷ୍ଠାନ

September 17, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜାଲ ସାର୍ଟିଫିକେଟ୍‌ଧାରୀ ଶିକ୍ଷକମାନଙ୍କ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର :  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷା ଓ ବ୍ଲକ୍‌ ଶିକ୍ଷାଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା କ୍ୟାରିୟର କାଉନ୍‌ସେଲିଂ ପୋର୍ଟାଲର ବ୍ୟାପକ ଉପଯୋଗ ଉପରେ ଗୁରୁତ୍ୱାରୋପ କରି ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ କହିଲେ ଯେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସଠିକ୍‌ ମାର୍ଗରେ ନିୟନ୍ତ୍ରଣ କରାଗଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଲକ୍ଷ୍ୟ ପୂରଣ ହେବ ।

ଜିଲ୍ଲା ଶିକ୍ଷା ଅଧିକାରୀମାନେ ସଂପୃକ୍ତ ଜିଲ୍ଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟାଗୁଡ଼ିକୁ ତଦାରଖ କରିବା ସହିତ ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ । ‘ମୋ ସ୍କୁଲ’ ଅଭିଯାନରେ ଉଚ୍ଚ ମାଧ୍ୟମିକ ରୂପାନ୍ତରଣ ନିମନ୍ତେ ପାଖାପାଖି ୭୫୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ କିଛି ପ୍ରକଳ୍ପର କାର୍ଯ୍ୟ ସଂପନ୍ନ ହୋଇଛି । ଉଚ୍ଚବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରକଳ୍ପମାନଙ୍କର ରକ୍ଷଣାବେକ୍ଷଣ ପାଇଁ ପ୍ରମୁଖ ଶାସନ ସଚିବ ଗୁରୁତ୍ୱଦେଇ କହିଲେ ଯେ ଏହିସବୁ ରକ୍ଷଣାବେକ୍ଷଣ କାର୍ଯ୍ୟ ପୁରାତନ ଛାତ୍ରଛାତ୍ରୀ ଓ ଅନ୍ୟ ଅଂଶୀଦାରଙ୍କ ସହଯୋଗରେ କାର୍ଯ୍ୟକାରୀ କରାଯିବ ।

ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷା ପରାମର୍ଶଦାତା ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ଶ୍ରୀ ଉପେନ୍ଦ୍ର ପ୍ରସାଦ ତ୍ରିପାଠୀ ଉପସ୍ଥିତ ରହି ଆଦର୍ଶ ବିଦ୍ୟାଳୟ ଉପରେ ଦିଗ୍‌ଦର୍ଶନ ଦେଇଥିଲେ।
ଏହି ଅବସରରେ ପ୍ରାଥମିକ ଶିକ୍ଷକମାନଙ୍କୁ ପଦୋନ୍ନତି ପ୍ରଦାନ, ଧନ୍ଦାମୂଳକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ, ଏଚ୍‌ଟି ବିଦ୍ୟାଳୟଗୁଡ଼ିକରେ ସୌରଶକ୍ତିର ବ୍ୟାପକ ବ୍ୟବହାର, ରୂପାନ୍ତରିତ ସ୍କୁଲରେ ସଂଯୋଜନ ମାଧ୍ୟମରେ ବିଭିନ୍ନ ବିକାଶ କାର୍ଯ୍ୟକ୍ରମକୁ ଗୁରୁତ୍ୱ ପ୍ରଦାନ ଆଦି ବିଷୟ ଉପରେ ଆଲୋଚନା ହୋଇଥିଲା ।

ବୈଠକରେ ନାସ୍‌(ଏନ୍‌ଏଏସ୍‌) ପରୀକ୍ଷା ପାଇଁ ଛାତ୍ରୀଛାତ୍ରୀଙ୍କ ପ୍ରସ୍ତୁତି, ଓମ୍‌ବାଡ୍‌ସି ଏବଂ ଜିଲ୍ଲା ଖଣିଜ ପାଣ୍ଠିର ଉପଯୋଗ, ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା କର୍ମଚାରୀ ଓ ଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ବୃକ୍ଷରୋପଣ କାର୍ଯ୍ୟକ୍ରମ ଆଦି ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା । ହାଇସ୍କୁଲର ପ୍ରଧାନ ଶିକ୍ଷକ ଏବଂ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷମାନେ ନିଜେ ନିୟମିତ ଶିକ୍ଷା ରୁଟିନ୍‌ ଅନୁଯାୟୀ ଶିକ୍ଷାଦାନ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଏଣିକି ଉଚ୍ଚ ମାଧ୍ୟମିକ ସ୍କୁଲମାନଙ୍କରେ ଇ-ପାଠଶାଳା ଏବଂ ଇ-ମୂଲ୍ୟାୟନର ବ୍ୟାପକତା, ଶିକ୍ଷାର ଭିତ୍ତିଭୂମି ସୁଦୃଢ଼, ଡିଜିଟାଲ୍‌ ଶିକ୍ଷା ଏବଂ ଜାଲ ଶିକ୍ଷକମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଆଦି କାର୍ଯ୍ୟ ଉପରେ ପ୍ରମୁଖ ଶାସନ ସଚିବ ଗୁରୁତ୍ୱାରୋପ କରିଥିଲେ ।

ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିବାବେଳେ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇଥିଲେ ।

ଗଣଶିକ୍ଷା ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.