Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧି ନୀତି ବିରୋଧରେ ୭ଟି ଦଳର ରାଜ୍ୟସ୍ତରୀୟ ମିଳିତ ଗଣଧାରଣା
ବିଶେଷ ଖବର

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧି ନୀତି ବିରୋଧରେ ୭ଟି ଦଳର ରାଜ୍ୟସ୍ତରୀୟ ମିଳିତ ଗଣଧାରଣା

September 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧି ନୀତି ବିରୋଧରେ ୭ଟି ଦଳର ରାଜ୍ୟସ୍ତରୀୟ ମିଳିତ ଗଣଧାରଣା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧି ଆର୍ଥିକ ନୀତି ଏବଂ ବିଦ୍ୱେଷ ଓ ବିଭାଜନର ରାଜନୀତି ସାଂଗକୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନବିରୋଧି ନୀତି ବିରୋଧରେ ୧୭ଦଫା ଦାବିରେ ଆଜି ମାଷ୍ଟର କ୍ୟାଂଟିନ ଛକରେ ୭ଟି ଦଳର ରାଜ୍ୟସ୍ତରୀ ମିଳିତ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି ।

ଏଠାରେ ଆୟୋଜିତ ପ୍ରତିବାଦ ସଭାକୁ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ସିପିଆଇଏମର ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକ, ସିପିଆଇର ରାଜ୍ୟ ସଂପାଦକ ଆଶିଷ କାନୁନଗୋ, ସମାଜବାଦୀପାର୍ଟି ସାଧାରଣ ସଂପାଦକ ସୁଦର୍ଶନ ପ୍ରଧାନ, ସିପିଆଇ ଏମଏଲ (ରେଡଫ୍ଲାଗ)ର ନେତ୍ରୀ ପ୍ରମିଳା ବେହେରା ଏବଂ ଏନ୍‌ସିପି ରାଜ୍ୟ ସାଧାରଣ ସଂପାଦକ ବିକ୍ରମ ସ୍ୱାଇଁ ପ୍ରମୁଖଙ୍କୁ ନେଇ ଗଠିତ ସଭାପତି ମଣ୍ଡଳି ପରିଚାଳନା କରିଥିଲେ ।

କଂଗ୍ରେସ ନେତା ଯଜ୍ଞେଶ୍ୱର ପ୍ରତିବାଦ ଧାରଣା ଉଦ୍ଦେଶ୍ୟ ସଂପର୍କରେ ସମ୍ୟକ ସୂଚନା ଦେବାପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୋଦି ସରକାରର ବିନାଶକାରୀ ନୀତିର କଠୋର ସମାଲୋଚନା କରି ଗତ ୭୦ ବର୍ଷରେ ଏ ଦେଶରେ ନିର୍ମିତ ହୋଇଥିବା ସରକାରୀ ସଂପତି ଓ ସଂସ୍ଥାନ ଗୁଡିକୁ ଘରୋଇ ବ୍ୟବସାୟୀଙ୍କ ହାତରେ ଶାଗମାଛ ମୂଲ୍ୟରେ ବିକିଦେବା ବିରୋଧରେ ସମସ୍ତ ଗଣତନ୍ତ୍ର ଓ ଦେଶପ୍ରେମୀ ରାଜନୈତିକ ଦଳ ଏକାଠି ହେବାକୁ ଆହ୍ୱାନ ଦେଇଥିଲେ ।

ରାଜ୍ୟ ସରକାର ମଧ୍ୟ ମୋଦି ସରକାରର ସଖି କଣ୍ଢେଇ ସାଜି କେନ୍ଦ୍ରର ସମସ୍ତ ଜନବିରୋଧି ନୀତିଗୁଡ଼ିକୁ ନିସର୍ତ ସମର୍ଥନ ଜ୍ଞାପନ କରୁଥିବା ବେଳେ ରାଜ୍ୟରେ ବିଭିନ୍ନ ଜନସ୍ୱାର୍ଥ ନୀତି ପ୍ରଚଳନ କରୁଥିବାର ଏହା ବିରୋଧରେ ଗଣ ଆନ୍ଦୋଳନ ଗଢ଼ି ତୋଳିବା ଜରୁରୀ ବୋଲି କହିଥିଲେ । କଳାକୃଷି ଆଇନ ବିରୋଧରେ ଦେଶତମାମ ଚାଲିଥିବା କୃଷକ ଆନ୍ଦୋଳନ ପ୍ରତି ମୋଦି ସରକାରଙ୍କ ଆଭିମୁଖ୍ୟକୁ ନିନ୍ଦା କରିବା ସହ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦକୁ ରାଜ୍ୟବାସୀ ସମର୍ଥନ କରିବାକୁ ନିବେଦନ କରିଥିଲେ ।

ଏଆଇସିସି ସଂପାଦକ ରୁଦ୍ର ରାଜୁ ମଧ୍ୟ ଦେଶର ସମ୍ବିଧାନ ପ୍ରତି ବିପଦ ସୃଷ୍ଟି କରୁଥିବା ସାଂପ୍ରଦାୟୀକ ଦଳଗୁଡ଼ିକର ଗୁପ୍ତ ଏଜେଣ୍ଡା ପ୍ରତି ସର୍ତକ କରିବା ସହ ମିଳିତ ଏବଂ ଐକ୍ୟବଦ୍ଧ ଆନ୍ଦୋଳନର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ । ସିପିଏମ ନେତା ଜନାର୍ଦ୍ଦନ ପତି, ସୁରେଶ ପାଣିଗ୍ରାହୀ, ସିପିଆଇ ନେତା ରାମକୃଷ୍ଣ ପଣ୍ଡା, ଅଭୟ ସାହୁ, ସିପିଆଇ ଏମଏଲ (ରେର୍ଡଷ୍ଟାର) ନେତ୍ରୀ ହେନା ବାରିକ ଏବଂ ରାଜ୍ୟ କଂଗ୍ରେସ ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ପ୍ରମୁଖ ଉଦ୍‌ବୋଧନ ଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନମାରଣ ନୀତିକୁ ସମାଲୋଚନା କରିଥିଲେ ।

କଂଗ୍ରେସ ଗଣଧାରଣା ନିରଞ୍ଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.