Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Cyclone Breaking: ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ
ବିଶେଷ ଖବର

Cyclone Breaking: ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ

September 26, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
Cyclone Breaking: ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର‌୍ୟ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ୟାସ୍ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର‌୍ୟ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର‌୍ୟ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମି ଶନ ଶକ୍ତି ଗୋଷ୍ଠୀ, ଘଏଙ. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ ।

ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ ଘଊଜୠ, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ ।

ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ । ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର‌୍ୟ୍ୟ ଶେଷ କରାଯିବ ବୋଲି ସେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ ।

ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

Cyclone Breaking Cyclone Gulab ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.