Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’; ୮୩ଟି ଷ୍ଟଲରେ ପ୍ରଦର୍ଶିତ ହେଉଛି ହସ୍ତଶିଳ୍ପ,ହସ୍ତତନ୍ତ
ବିଶେଷ ଖବର

ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’; ୮୩ଟି ଷ୍ଟଲରେ ପ୍ରଦର୍ଶିତ ହେଉଛି ହସ୍ତଶିଳ୍ପ,ହସ୍ତତନ୍ତ

October 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’; ୮୩ଟି ଷ୍ଟଲରେ ପ୍ରଦର୍ଶିତ ହେଉଛି ହସ୍ତଶିଳ୍ପ,ହସ୍ତତନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଥିବା ଅର୍ବାନ୍‌ ହାଟଗୁଡ଼ିକର ପରିଚାଳନା ଦାୟିତ୍ୱ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଜ ହାତକୁ ନେବା ପରେ, ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ଏକାମ୍ର ହାଟକୁ କାରିଗର ଓ ବୁଣାକାରମାନଙ୍କର ବ୍ୟବସାୟ ଉଦ୍ଦେଶ୍ୟରେ ନୂତନ ଭାବରେ ପ୍ରସ୍ତୁତ କରାଯାଇଛି ।

ଓଡ଼ିଶାର ହସ୍ତଶିଳ୍ପ ତଥା ବୁଣାକାରମାନଙ୍କୁ ସେମାନଙ୍କ ଉତ୍ପାଦିତ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀର ବଜାର ପାଇଁ ସୁଯୋଗ ସୃଷ୍ଟି କରିବା ଏକାମ୍ର ହାଟର ମୁଖ୍ୟ ଉଦ୍ଦେଶ୍ୟ । ଏହା ମଧ୍ୟ କୋଭିଡ୍‌ ସମୟରେ ପ୍ରଭାବିତ ହୋଇଥିବା ହସ୍ତଶିଳ୍ପୀ ତଥା ବୁଣାକାରମାନଙ୍କ ମଧ୍ୟରେ ଆଶାର ନୂତନ କିରଣ ଭାବେ ଉଭା ହୋଇଛି ।

ହାଟକୁ ଦୁଇଟି ଜୋନ୍‌ରେ ବିଭକ୍ତ କରାଯାଇଛି, ଯଥା-‘ଏକାମ୍ର କୁଟୀର’, ଯେଉଁଠି ୮ଟି କଳା ପ୍ରଦର୍ଶନ ଷ୍ଟଲ ସହିତ ୫୦ଟି ଷ୍ଟଲ ଏବଂ ‘ଏକାମ୍ର ବଜାର’ ଯେଉଁଠି ଏକ ଖୋଲା ଜାଗା ପରିବେଷ୍ଟିତ ୩୩ଟି ଷ୍ଟଲ ଅଛି । ସମୁଦାୟ ୮୩ଟି ଷ୍ଟଲ ମଧ୍ୟରୁ ୫୬ଟି ହସ୍ତଶିଳ୍ପ ପାଇଁ ଓ ୨୭ଟି ହସ୍ତତନ୍ତ ପାଇଁ ଉଦ୍ଦିଷ୍ଟ ।

ପରିଦର୍ଶକମାନେ ଏକାମ୍ର ହାଟରେ ହସ୍ତଶିଳ୍ପୀ ଓ ବୁଣାକାରମାନଙ୍କ ଉତ୍ପାଦିତ ପ୍ରକୃତ ହସ୍ତଶିଳ୍ପ ତଥା ହସ୍ତତନ୍ତ ସାମଗ୍ରୀ ପ୍ରତ୍ୟକ୍ଷ ଭାବେ ଦେଖିବା ଓ କିଣିବାର ସୁଯୋଗ ପାଇପାରିବେ ତଥା ସେମାନଙ୍କ ସହ ଭାବର ଆଦାନପ୍ରଦାନ କରିପାରିବେ । ଏଠାରେ ହସ୍ତଶିଳ୍ପୀ ଓ ବୁଣାକାରମାନଙ୍କ ଦ୍ୱାରା ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରତ୍ୟକ୍ଷ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି, ଯଦ୍ଦ୍ୱାରା ପରିଦର୍ଶକମାନେ ଓଡ଼ିଶାର ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରସ୍ତୁତି ପ୍ରଣାଳୀ ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିପାରିବେ ।

ଏହି ହାଟରେ ବୟନିକା, ଅମ୍ଳାନ, ସମ୍ବଲପୁରୀ ବସ୍ତ୍ରାଳୟ ଓ ଉତ୍କଳିକା ସଂସ୍ଥାମାନଙ୍କ ଷ୍ଟଲ ଖୋଲାଯାଇଛି । ଏକାମ୍ର ହାଟରେ ୧୦ଟି ସ୍ୱତନ୍ତ୍ର ଜଳପାନ ଷ୍ଟଲ ବ୍ୟବସ୍ଥା କରାଯାଇଛି । ସେହି ଷ୍ଟଲମାନଙ୍କରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ଭାରତର ଅନ୍ୟାନ୍ୟ ପ୍ରାନ୍ତର ସୁସ୍ୱାଦୁ ଖାଦ୍ୟମାନ ଗୋଟିଏ ଛାତ ତଳେ ଉପଲବ୍ଧ କରାଯାଇଛି ।

ପରିଦର୍ଶକ, ପ୍ରଦର୍ଶକ, କ୍ରେତାମାନଙ୍କ ସୁବିଧା ନିମନ୍ତେ ଏକାମ୍ର ହାଟ ପରିସରରେ ସମ୍ମିଳନୀ କକ୍ଷ, ମୁକ୍ତାକାଶ ମଂଚ, ଏଟିଏମ୍‌, ପାର୍କିଂ ସ୍ଥଳ ଓ କିଓସ୍କ ଆଦିର ସୁବିଧା ଅଛି ।
ଏକାମ୍ର ହାଟ ଏପରି ଗୋଟିଏ ସୁନ୍ଦର ପରିକଳ୍ପନା ଯେଉଁଠାରେ ଓଡ଼ିଶା ରାଜ୍ୟର ପୁରାତନ ସଂସ୍କୃତି ଓ ପରମ୍ପରା ସହିତ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ପାରମ୍ପରିକ ସୁସ୍ୱାଦୁ ଖାଦ୍ୟକୁ ଉପଲବ୍ଧ କରାଯାଇଛି ।

ଏକାମ୍ର ହାଟ ପ୍ରତ୍ୟେକ ଦିନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ସମସ୍ତ କୋଭିଡ୍‌-୧୯ ନିୟମ ପାଳନ ସହିତ ଖୋଲା ରହିବ । ସରକାରଙ୍କ କୋଭିଡ୍‌ ନିୟମ ଅନୁଯାୟୀ ଅକେଫାବର ୧୧ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ଖୋଲିବା ସମୟରେ ପରିବର୍ତ୍ତନ କରାଯିବ । ଏକାମ୍ର ହାଟର ପରିଚାଳନା ଦାୟିତ୍ୱ, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଉପରେ ନ୍ୟସ୍ତ ହୋଇଛି ।

ଏକାମ୍ର ହାଟ ହସ୍ତତନ୍ତ ହସ୍ତଶିଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.