Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

October 9, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇଲେଣି ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ ଏବଂ ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ। ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି। ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟ କ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି।

ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ। ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ। ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସେମାନଙ୍କ ଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ
ବଢ।ଇଛି ବୋଲି ମତ ଦେଇଥିଲେ। ବିଧାୟକ ସୁବାସ ପାଣିଗ୍ରାହୀ ଏହି ସ୍ମାର୍ଟ ହେଲ୍ଥ କାର୍ଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

ଦେବଗଡ ଜିଲ୍ଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ମା’ ଦୁର୍ଗାଙ୍କ ଆଗମନକୁ ନେଇ ଝଲସୁଛି ରେଶମ ସହର ବ୍ରହ୍ମପୁର

October 12, 2026

ବଦଳିବ ଶ୍ରୀକ୍ଷେତ୍ରର ଚେହେରା: ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 12, 2026

CEC ବିରୋଧରେ ସମସ୍ତ ଆବେଦନ ଗ୍ରହଣ କଲେ ସୁପ୍ରିମକୋର୍ଟ: ଅକ୍ଟୋବର ୨୭ରେ ଶୁଣାଣି

October 12, 2026
Latest News

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.