Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଜାଣନ୍ତୁ ଏହି ପବିତ୍ର ମାସରେ କଣ କଲେ ମିଳେ ଉପକାର
ଧର୍ମ

ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଜାଣନ୍ତୁ ଏହି ପବିତ୍ର ମାସରେ କଣ କଲେ ମିଳେ ଉପକାର

October 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
Puri
Puri: Habishyali Preparatory meeting

ଆଜିଠାରୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସ। ଏହି ମାସରେ ଭଗବାନ ଶିବ, ବିଷ୍ଣୁ, କାର୍ତ୍ତିକ ଓ ତୁଳସୀଙ୍କ ବିଶେଷ ପୂଜାଅର୍ଚ୍ଚନା କରାଯାଇଥାଏ। ଧର୍ମ ମାସ ଭାବରେ ଏହି ମାସଟି ବେଶ୍ ପରିଚିତ। ଏହି ମାସରେ ଲୋକମାନେ ସ୍ନାନ, ଦାନ ତଥା ଧର୍ମକୁ ବିଶେଷ ପ୍ରାଧାନ୍ୟ ଦେଇଥାନ୍ତି। ଚଳିତ ଥର ଅକ୍ଟୋବର 21 ତାରିଖରୁ ଆରମ୍ଭ ହୋଇ ନଭେମ୍ବର 19 ତାରିଖ ପର୍ଯ୍ୟନ୍ତ କାର୍ତ୍ତିକ ମାସ ପାଳନ ହେବ।

ଏହି ମାସରେ ସ୍ନାନ, ଦାନ ଓ ଉପବାସ କରିବା ଦ୍ବାରା ସମସ୍ତ କଷ୍ଟରୁ ମୁକ୍ତି ମିଳିବା ସହିତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ। ତେବେ ଆସନ୍ତୁ ଜାଣିବା, କେଉଁ କେଉଁ ଉପାୟ କରିବା ଦ୍ବାରା ଆମେ ମାନସମ୍ମାନ ପାଇବା ସହିତ ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇପାରିବା। କାର୍ତ୍ତିକ ମାସରେ ସୂର୍ଯ୍ୟ ଉଦୟ ହେବା ପୂର୍ବରୁ ସ୍ନାନ ତଥା ପୂଜାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥାଏ।

ଏହି ମାସରେ ସ୍ନାନ କରିବା ସମୟରେ ଏହି କଥାକୁ ଦିଅନ୍ତୁ ଧ୍ୟାନ

– ସୂର୍ଯ୍ୟ ଉଦୟ ହେବା ପୂର୍ବରୁ ସ୍ନାନ କରିବା ଦ୍ବାରା ସ୍ବାସ୍ଥ୍ୟରେ ଉନ୍ନତି ଘଟିଥାଏ।

-ସ୍ନାନ କରିବା ଜଳରେ ଏକ ଚାମଚ ଗଙ୍ଗାଜଳ ପକାଇ ତିନି ଥର ଓଁ ମନ୍ତ୍ର ଜପ କରି ସ୍ନାନ କରିବା ଉଚିତ୍‌।

-ସ୍ନାନ କରିବା ପରେ ସ୍ବଚ୍ଛ ବସ୍ତ୍ର ଧାରଣ କରି ଦେଶି ଘିଅର ଏକ ଦୀପ ମାତା ବୃନ୍ଦାବତୀଙ୍କ ପାଖରେ ଜଳାଇ ରଖନ୍ତୁ।

-ଭଗବାନ ବିଷ୍ଣୁଙ୍କ ପାଖରେ ୧୦୮ ନାମ ଜପ କରନ୍ତୁ।

-ଭଗବାନ ଶିବଙ୍କୁ ପାଞ୍ଚଟି ବେଲପତ୍ରର ଧଳା ଚନ୍ଦନରେ ଓମ୍‌ ନମଃ ଶିବାୟ ଲେଖି ଅର୍ପଣ କରନ୍ତୁ।

-ଏହା ଦ୍ବାରା ଆପଣ ରୋଗମୁକ୍ତ ସ୍ବାସ୍ଥ୍ୟର ଅଧିକାରୀ ହୋଇପାରିବେ।

ଆପଣ ଯଦି ଲାଭ ପାଇବାକୁ ଚାହୁଁଛନ୍ତି ତେବେ ଏହି ମାସରେ କରନ୍ତୁ ଏହି ମହା ଉପାୟ

-ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନ କରନ୍ତୁ

-ନିଜ ଘରର ପୂର୍ବ ଦିଗକୁ ଗଙ୍ଗାଜଳରେ ସଫା କରି ଏକ କାଠର ପିଢା ଉପରେ ଲାଲ ବସ୍ତ୍ର ପକାଇ ଭଗବାନ ସୂର୍ଯ୍ୟ ନାରାୟଣଙ୍କ ଫଟୋ ସ୍ଥାପିତ କରନ୍ତୁ।

-ତମ୍ବା ଦୀପରେ ଶୁଦ୍ଧ ଦେଶୀ ଘିଅ ଭରି ସଳିତାର ବତୀ ଲଗାଇ ଭଗବାନ ସୂର୍ଯ୍ୟନାରାୟଣଙ୍କ ସାମ୍ନାରେ ରଖନ୍ତୁ।

-ପରେ ଭଗବାନ ସୂର୍ଯ୍ୟନାରାୟଣଙ୍କ ସୂର୍ଯ୍ୟାଷ୍ଟକ ୩ଥର ପାଠ କରନ୍ତୁ।

-ସୂର୍ଯ୍ୟାଷ୍ଟକ ପାଠ କରି ସାରିବା ପରେ ତମ୍ବା ଢାଳରେ ସୂର୍ଯ୍ୟନାରାୟଣଙ୍କୁ ଅର୍ଘ୍ୟ ଦିଅନ୍ତୁ। କିଛି ନେତ୍ର ହୀନ ଲୋକଙ୍କୁ ମିଠା ବାଣ୍ଟନ୍ତୁ।

କାର୍ତ୍ତିକ ବ୍ରତ କାର୍ତ୍ତିକ ମାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.