Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସିଲା ପଞ୍ଚାୟତ ନିର୍ବାଚନ: ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବାକୁ ନିର୍ବାଚନ କମିଶନର ଦେଲେ ନିର୍ଦ୍ଦେଶ
ବିଶେଷ ଖବର

ଆସିଲା ପଞ୍ଚାୟତ ନିର୍ବାଚନ: ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବାକୁ ନିର୍ବାଚନ କମିଶନର ଦେଲେ ନିର୍ଦ୍ଦେଶ

October 21, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଆସିଲା ପଞ୍ଚାୟତ ନିର୍ବାଚନ : ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବାକୁ ନିର୍ବାଚନ କମିଶନର ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ୟ ପ୍ରସାଦ ପାଢ଼ୀ, ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବିସ୍ତୃତ ଆଲୋଚନା କରିଛନ୍ତି ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଚଳିତ ଅକ୍ଟୋବର ୪ ତାରିଖରେ ସମସ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇ ଥିବା ଚିଠି ଅନୁସାରେ ଜିଲ୍ଲାପାଳମାନେ ସଂପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ଓ୍ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ୟ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ତାଲିକା ଜିଲ୍ଲାପାଳମାନେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ନିର୍ବାଚନ କମିଶନଙ୍କୁ ପଠାଇବାକୁ କୁହାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲା ପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ଦ୍ଧାରିତ ପ୍ରୋଫର୍ମାରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ଆସନ୍ତା ୨୬ ତାରିଖ ସୁଦ୍ଧା ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସ ସଂପର୍କରେ ନିର୍ବାଚନ କମିଶନର ଆଲୋଚନା କରିଥିଲେ । ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବାଲାଟ୍‌ ବକ୍ସ ଦରକାର ହେବ, ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସଂପର୍କରେ କମିଶନ ଜାଣିବାକୁ ଚାହିଁଥିଲେ । ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି । ଏଥି ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟ ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ସଂପନ୍ନ କରିବା ପାଇଁ ଜିଲ୍ଲା ପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟଗଣତି ସଂପର୍କରେ ନିର୍ବାଚନ କମିଶନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତି। ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ। ଏଥିରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସଂପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛି। ଜିଲ୍ଲାପାଳମାନେ ବ୍ଲକ୍‌ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନ ଜାନୁଆରୀ ୨୦୨୧ରେ ପ୍ରକାଶ ପାଇଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସି.ଡ଼ି (ଏକ୍ସଲ୍‌ ଫର୍ମାଟ୍‌) ଜରିଆରେ ପଠାଯାଇଛି। ଏହାକୁ ଆଧାର କରି ଜିଲ୍ଲା ସମୂହ (ଏକ୍ସେଲ ଫର୍ମାଟ)ରେ ଆସନ୍ତା ୨୦୨୨ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ବାଚନ କମିଶନ ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି । ଏହି କାର୍ଯ୍ୟ ଚଳିତ ଅକ୍ଟୋବର ୨୫ ତାରିଖ ସୁଦ୍ଧା ସମାପ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ନିର୍ବାଚନ କମିଶନଙ୍କ ପକ୍ଷରୁ ପଞ୍ଚାୟତ ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଜଣାଇ ଦିଆଯାଇଛି ଓ ଏହି କାର୍ଯ୍ୟ ନଭେମ୍ବର ୦୫ ତାରିଖ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁଠାରେ ଭୋଟ ଗ୍ରହଣ ନିମନ୍ତେ ସୁବିଧା ନଥିବ ସେଠାରେ ଅସ୍ଥାୟୀ ଭୋଟ ଗ୍ରହଣ କେନ୍ଦ୍ର ନିର୍ମାଣ କରାଇବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନେ ଏଥି ପ୍ରତି ଧ୍ୟାନ ଦେବାକୁ କୁହାଯାଇଛି ।

ଜିଲ୍ଲାସ୍ତରରେ ବାଲାଟ ବକ୍ସ କଭର କିଣିବା ପାଇଁ କମିଶନ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି କାର୍ଯ୍ୟ ନଭେମ୍ବର ୩୦ ତାରିଖ ସୁଦ୍ଧା ଶେଷ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟ କଲାବେଳେ ଆବଶ୍ୟକ ନିର୍ଦ୍ଦେଶାବଳୀକୁ ଅନୁପାଳନ କରିବାକୁ ହେବ ବୋଲି କମିଶନ ସ୍ପଷ୍ଟ କରିଛନ୍ତି ।

ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ନିର୍ବାଚନ କମିଶନଙ୍କ ସହ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ, ନିର୍ବାଚନ କମିଶନଙ୍କ ସଚିବ ଶ୍ରୀ ରବିନ୍ଦ୍ର ନାଥ ସାହୁ, ଉପସଚିବ ଆଜାଦ୍‌ ହିନ୍ଦ ପାଣିଗ୍ରାହୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଆଦିତ୍ୟ ପ୍ରସାଦ ପାଢ଼ୀ ପଞ୍ଚାୟତ ନିର୍ବାଚନ ରାଜ୍ୟ ନିର୍ବାଚନ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.