Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜାଦ୍‌ ହିନ୍ଦ ଫୌଜ ପ୍ରତିଷ୍ଠା ଦିବସରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ନେତାଜୀଙ୍କ ପୋଷ୍ଟର, ପ୍ରଚାର ପତ୍ର
ଜାତୀୟ ଖବର

ଆଜାଦ୍‌ ହିନ୍ଦ ଫୌଜ ପ୍ରତିଷ୍ଠା ଦିବସରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ନେତାଜୀଙ୍କ ପୋଷ୍ଟର, ପ୍ରଚାର ପତ୍ର

October 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜାଦ୍‌ ହିନ୍ଦ ଫୌଜ ପ୍ରତିଷ୍ଠା ଦିବସରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ନେତାଜୀଙ୍କ ପୋଷ୍ଟର, ପ୍ରଚାର ପତ୍ର

ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜାଦ୍‌ ହିନ୍ଦ୍‌ ଫୌଜ ପ୍ରତିଷ୍ଠା ଦିବସ ଅବସରରେ ଭାରତୀୟ ଜାତୀୟ ସେନାର ପ୍ରଚାର ପତ୍ର ଓ ପୋଷ୍ଟର ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଏହାକୁ ଆନୁଷ୍ଠାନିକ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି ।

ବ୍ରିଟିସ ସେନାରେ ଥିବା ଭାରତୀୟ ଜବାନ୍‌ମାନଙ୍କୁ ବ୍ରିଟିସ ସେନା ଛାଡ଼ି ଆଜାଦ୍‌ ହିନ୍ଦ୍‌ ଫୌଜରେ ଯୋଗଦେଇ ଭାରତ-ଜାପାନ୍‌କୁ ସହାୟତା କରିବା ଉପରେ ପ୍ରବର୍ତ୍ତାଇବା ନିମନ୍ତେ ଉଦ୍ଦିଷ୍ଟ ପୋଷ୍ଟର, ପାମ୍ପ୍ଲେଟ୍‌ମାନ ଉଡ଼ାଜାହାଜ ଜରିଆରେ ବ୍ରିଟିସ କ୍ୟାମ୍ପଗୁଡ଼ିକ ଉପରେ ପକାଯାଉଥିଲା । ଏହା ଥିଲା ନେତାଜୀଙ୍କ ମନସ୍ତାତ୍ତ୍ୱିକ ଲଢ଼େଇର ଅଂଶବିଶେଷ ବୋଲି ଗବେଷକମାନେ ଆଖ୍ୟା ଦେଇଛନ୍ତି । ଏ ଧରଣର ପୋଷ୍ଟର ପ୍ରଦର୍ଶନୀ ଦେଶରେ ପ୍ରଥମ ହୋଇଥିବାବେଳେ ଏହା ଛାତ୍ର, ଶିକ୍ଷକ, ଗବେଷକଙ୍କ ନିମନ୍ତେ ଅନେକ ତଥ୍ୟ ଯୋଗାଇପାରିବ ।

ଏହି ଅବସରରେ ଆୟୋଜିତ ଏକ ସଂକ୍ଷିପ୍ତ ବୈଠକରେ ଶାସନ ସଚିବ ଡ. ଦଳାଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଏକ ବିରଳତମ ବ୍ୟକ୍ତିତ୍ୱ ଭାବେ ବର୍ଣ୍ଣନା କରି ତାଙ୍କର ‘ରକ୍ତ ଦିଅ ମୁଁ ସ୍ୱାଧୀନତା ଦେବି’ ଉକ୍ତିକୁ ଯଦି ଆମେ ସମସ୍ତେ ଉପଲବ୍ଧି କରିଥାନ୍ତେ ତେବେ ଭାରତର ଇତିହାସ ଅନ୍ୟ ପ୍ରକାର ରୂପ ନେଇଥାନ୍ତା ବୋଲି କହିଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ରଞ୍ଜନ କୁମାର ଦାସ ସୁଭାଷ ଚନ୍ଦ୍ର ବୋଷଙ୍କ ନେତୃତ୍ୱ, ଦେଶଭକ୍ତି, ସାହସ ଓ ପରାକ୍ରମ ବିଷୟରେ ସୂଚନା ପ୍ରଦାନ କରି ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ବ୍ୟକ୍ତିତ୍ୱ ଥିଲା ନିଆରା ବୋଲି ଅବତାରଣ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରୁ ବିଶିଷ୍ଟ ସଂଗ୍ରାହକ ତଥା ଇତିହାସ ଗବେଷକ ଶ୍ରୀ ଅନୀଲ ଧୀର ମଣିପୁରରେ ନେତାଜୀଙ୍କ ଅନେକ ସ୍ମୃତି ଓ ସ୍ମାରକ ଭାରତୀୟ ଜାତୀୟ ସେନାର ଜଣେ ସେନାନୀ ପାଖରେ ବ୍ୟକ୍ତିଗତ ଜିମାରେ ରହିଥିବା ଦର୍ଶାଇ କିଛି ସ୍ମାରକକୁ ଓଡ଼ିଶା ଅଣାଯିବା ପାଇଁ ସରକାରୀ ସ୍ତରରେ ଉଦ୍ୟମ ହେବାର ଆବଶ୍ୟକତା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ଏପରିକି ଆଜାଦ୍‌ ହିନ୍ଦ୍‌ ଫୌଜର ଜାତୀୟ ପତାକା ସେଠାରେ ଥିବା ଜଣାପଡ଼ିଛି । ତାକୁ କଟକସ୍ଥିତ ନେତାଜୀ ସଂଗ୍ରହାଳୟକୁ ଅଣାଯିବା ଏକ ସମ୍ମାନଜନକ ପଦକ୍ଷେପ ହେବ ବୋଲି କହିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପରିଚାଳନା କରି ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏହି ପ୍ରଦର୍ଶନୀରେ ୫୦ରୁ ଅଧିକ ବିରଳ ପୋଷ୍ଟର ରହିଛି ଏବଂ ଏହା ସାତଦିନ ଯାଏଁ ଦର୍ଶକଙ୍କ ନିମନ୍ତେ ପ୍ରଦର୍ଶିତ ହେବ ବୋଲି ଜଣାପଡ଼ିଛି । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ହରେକୃଷ୍ଣ ମହତାବ୍‌ ରାଜ୍ୟ ପାଠାଗାରର ଉପନିର୍ଦ୍ଦେଶକ ଶ୍ରୀ ଲକ୍ଷ୍ମୀଧର ବେହେରା, ଶୁଚୀସ୍ମିତା ମନ୍ତ୍ରୀ ପ୍ରମୁଖ ଯୋଗଦେଇଥିଲେ ।

ପ୍ରାରମ୍ଭରେ ଓଡ଼ିଶା ସଂଗୀତ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନେତାଜୀଙ୍କ ରାଷ୍ଟ୍ରୀୟ ଗାନ ‘କଦମ୍‌ କଦମ୍‌ ବଢ଼ାୟେ ଚାଲ’ ପରିବେଷଣ ସହ ଆଜାଦ୍‌ ହିନ୍ଦ୍‌ ଫୌଜର ଜାତୀୟ ସଂଗୀତ ଗାନ କରାଯାଇଥିଲା ।

netaji ନେତାଜୀ ରାଜ୍ୟ ସଂଗ୍ରହାଳୟ ସୁବାଷ ବୋଷ ସୁରେଶ ଚନ୍ଦ୍ର ଦଳାଇ
Share. Facebook Twitter LinkedIn Email WhatsApp Copy Link

Related Posts

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Latest News

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.