Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୟୁରଭଞ୍ଜରେ ସ୍ମାର୍ଟ ହେଲଥ କାର୍ଡ ସହ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମୟୁରଭଞ୍ଜରେ ସ୍ମାର୍ଟ ହେଲଥ କାର୍ଡ ସହ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

October 22, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୟୁରଭଞ୍ଜରେ ସ୍ମାର୍ଟ ହେଲଥ କାର୍ଡ ସହ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ଲୋକ ଏହି ସୁବିଧା ପାଇବେ। ପୂର୍ବରୁ ରାଜ୍ୟର ୬ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେପ୍ଟେମ୍ବର ୨୦୨୧ ଓଡିଶାର ସ୍ବାସ୍ଥ୍ୟ ସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଛି। ସେପ୍ଟେମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ସ୍ବାସ୍ଥ୍ୟ ସେବା ପ୍ରଦାନ ଆରମ୍ଭ ହୋଇଛି। ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ବାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର‌୍ୟ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର‌୍ୟ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ମୟୁରଭଞ୍ଜ ଜିଲ୍ଲାରେ ବିକାଶ କାମକୁ ତ୍ବରାନ୍ବିତ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବା ବେଳେ, ୯୪ଟି ଗାଁର ୧୫ ହଜାର ହେକ୍ଟର ଜମି ପାଣି ପାଉଛି। ସେହିପରି ମୟୁରଭଂଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର‌୍ୟ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ମାଟିରେ ଜନ୍ମ ନେଇଥିବା ମହାପୁରୁଷ ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମହାରାଜ ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ, ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନକୁ ମନେ ପକାଇବା ସହ ଭାଷା ଓ ଜାତିକୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପଣ୍ଡିତ ରଘୁନାଥ ମୁର୍ମୁ, ଗୁରୁ ରୋହିଦାସ ସିଂ ନାଗ ଓ ଗୁରୁ ଲାକୋ ବଦ୍ରାଙ୍କ ଅବଦାନକୁ ସ୍ମରଣ କରିଥିଲେ। ମୟୁରଭଞ୍ଜର କଳା ଓ ସାହିତ୍ୟର ଉଚ୍ଚପ୍ରଶଂସା କରି ଝୁମର ଗୀତ ଓ ଛଉ ନାଚର ପ୍ରସିଦ୍ଧି ସଂପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶା କରୋନା ସମୟରେ ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ବହୁ ଜୀବନ ରକ୍ଷା କରିପାରିଥିଲା । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୟୁରଭଞ୍ଜ ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025

କାଶିନଗରଠାରେ ନବନିର୍ମିତ ଗ୍ରାମ ନ୍ୟାୟାଳୟର ନୂତନ ଅଟ୍ଟାଳିକାକୁ ଉଦଘାଟନକଲେ ହାଇକୋର୍ଟର ମୁଖ୍ୟ ବିଚାରପତି

July 23, 2025

ଏନସିଇଆରଟି ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପଡ଼ିବା ପ୍ରସଙ୍ଗ: ସ୍ପଷ୍ଟ କଲେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ

July 23, 2025

ବିଡ଼ି, ସିନେ ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.