Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦିବ୍ୟଶଙ୍କରଙ୍କ ପାଇଁ ଗୋବିନ୍ଦଙ୍କ ଅନୁଷ୍ଠାନକୁ ମିଳୁଥିଲା କୋଟି କୋଟି ଟଙ୍କାର ସରକାରୀ ସହାୟତା; କଂଗ୍ରେସ
ବିଶେଷ ଖବର

ଦିବ୍ୟଶଙ୍କରଙ୍କ ପାଇଁ ଗୋବିନ୍ଦଙ୍କ ଅନୁଷ୍ଠାନକୁ ମିଳୁଥିଲା କୋଟି କୋଟି ଟଙ୍କାର ସରକାରୀ ସହାୟତା; କଂଗ୍ରେସ

October 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦିବ୍ୟଶଙ୍କରଙ୍କ ପାଇଁ ଗୋବିନ୍ଦଙ୍କ ଅନୁଷ୍ଠାନକୁ ମିଳୁଥିଲା କୋଟି କୋଟି ଟଙ୍କାର ସରକାରୀ ସହାୟତା; କଂଗ୍ରେସ

ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିକୁ ଜୋରଦାର କରିଛି ପ୍ରଦେଶ କଂଗ୍ରେସ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ଦିବ୍ୟ ଶଙ୍କର ମିଶ୍ରଙ୍କ ସହ ବିଜେଡ଼ି ସରକାରର ବହୁ ନେତା ଓ ଅଧିକାରୀଙ୍କ ବିବାଦୀୟ ସଂପର୍କରେ ତଥ୍ୟ ପ୍ରମାଣ କଂଗ୍ରେସ ଗଣମାଧ୍ୟମ ସାମନାରେ ରଖିଛି।

ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ସତ୍ୟ ପ୍ରକାଶ ନାୟକ ଲକ୍ଷାଧିକ ଟଙ୍କାର ସରକାରୀ ଅର୍ଥ କିଭଳି ଗୋବିନ୍ଦ ସାହୁଙ୍କ ଘରୋଇ ଶିକ୍ଷାନୁଷ୍ଠାନରେ ଅପବ୍ୟୟ ହେଉଥିଲା ତାହାର ହିସାବ ରଖିଛନ୍ତି। ସିଏଜିଙ୍କ ରିପୋର୍ଟ ଅନୁଯାୟୀ ଲକ୍ଷାଧିକ ଟଙ୍କାର ସରକାରୀ ଅର୍ଥ ଯାହାକି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ବିନିଯୋଗ ହେବା କଥା, ସେ ଅର୍ଥକୁ ବାଟମାରଣା କରାଯାଇ ଗୋବିନ୍ଦ ସାହୁର ଘରୋଇ ଶିକ୍ଷାନୁଷ୍ଠାନରେ ଖର୍ଚ୍ଚ କରାଯାଇଛି।

ପଂଚାୟତ ରାଜ ବିଭାଗର ଏଭଳି ବେଆଇନ ନିଷ୍ପତି ଉପରେ ଘୋର ଆପତି ମଧ୍ୟ ଉଠାଇଛନ୍ତି ସି.ଏ.ଜି। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାର ଅର୍ଥକୁ ମହାଲିଙ୍ଗ ଘରୋଇ କଲେଜର ଲେଡିଜ ହଷ୍ଟେଲର ଲନ୍ ତିଆରି କରିବାର ଖର୍ଚ୍ଚ କରାଯାଉଥିଲା କିଭଳି ବୋଲି ଶ୍ରୀ ନାୟକ ପ୍ରଶ୍ନ କରିଛନ୍ତି।

କେବଳ ପଂଚାୟତ ରାଜ ବିଭାଗ ଅର୍ଥ ନୁହେଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର କୋଟି କୋଟି ଟଙ୍କା ମଧ୍ୟ ଗୋବିନ୍ଦ ସାହୁର ଘରୋଇ ଶିକ୍ଷାନୁଷ୍ଠାନରେ କିଭଳି ଖର୍ଚ୍ଚ ହେଉଥିଲା? ଏହା ପଛରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କର ସୁପାରିଶ ହିଁ ମୂଳ କାରଣ ବୋଲି ଅଭିଯୋଗ କରିଛନ୍ତି ସତ୍ୟ ପ୍ରକାଶ ନାୟକ।

୨୦୧୩ ମସିହାରେ +୨ ପରିକ୍ଷାରେ କେମେଷ୍ଟ୍ରି ପେପରର ପ୍ରଶ୍ନପତ୍ର ଲିକ୍‌ରେ କେନ୍ଦ୍ରସ୍ଥଳ ଥିଲା। ଗୋବିନ୍ଦ ସାହୁଙ୍କ ମହାଲିଙ୍ଗ ଆଂଚଳିକ ମହାବିଦ୍ୟାଳୟ ସେତେବେଳେ ଏହାର ତଦନ୍ତ ଭାର କ୍ରାଇମବ୍ରାଂଚକୁ ଦିଆଯାଇଥିଲା । କିନ୍ତୁ ତଦନ୍ତ କ’ଣ ହେଲା ଓ କ’ଣ କାର୍ଯ୍ୟାନୁଷ୍ଠାନ ନିଆଗଲା ତାହା ଆଜି ଯାଏ କେହି ଜାଣିପାରିଲେନି। ଗୋଟି ଦାଗୀ ଅନୁଷ୍ଠାନ ଓ ଦାଗୀ ବ୍ୟକ୍ତିଙ୍କୁ ନବୀନବାବୁଙ୍କ ସରକାରରେ ଏତେ ଅନୁକମ୍ପା ଓ ସହାୟତା କ’ଣ ପାଇଁ ଦିଆଯାଉଥିଲା ବୋଲି ପ୍ରଶ୍ନ କରିଛନ୍ତି ସତ୍ୟ ନାୟକ।

ଦିବ୍ୟ ଶଙ୍କର ମିଶ୍ରଙ୍କ ଫୋନ୍‌ର କଲ ରେକର୍ଡ ସାର୍ବଜନୀନ କଲେ ଗୋବିନ୍ଦ ସାହୁଙ୍କୁ ସୁରକ୍ଷା ଦେବାପାଇଁ ମନ୍ତ୍ରୀ ନିଜର ପଦ ଓ ଗାରିମାର ଅପବ୍ୟବହାର କରିଛନ୍ତି ତାହା ସ୍ପଷ୍ଟ ହୋଇଯିବ। ତେଣୁ ତୁରନ୍ତ ଦିବ୍ୟଶଙ୍କରଙ୍କୁ ନବୀନବାବୁ ମନ୍ତ୍ରୀ ମଣ୍ଡଳରୁ ବହିସ୍କାର କରନ୍ତୁ ବୋଲି ସତ୍ୟ ନାୟକ ଦାବି କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ତଥା ମୁଖପାତ୍ର ମନୋରଞ୍ଜନ ଦାଶ ଏବଂ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ।

ଗୋବିନ୍ଦ ସାହୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମମିତା ମେହେର ସତ୍ୟ ପ୍ରକାଶ ନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.