Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

October 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି।

ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ। ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’, ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, ପ୍ରାଥମିକ ଚିକିତ୍ସା ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ।

ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବବୋଲି ଆଶା କରାଯାଏ।

ବଡ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Latest News

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.