Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପେଗାସସ୍ ଗୁପ୍ତଚର ମାମଲାରେ ସୁପ୍ରିମକୋର୍ଟଙ୍କର ବଡ ରାୟ, ତଦନ୍ତ ପାଇଁ ଗଠନ କଲେ ଏକ କମିଟ୍
ଜାତୀୟ ଖବର

ପେଗାସସ୍ ଗୁପ୍ତଚର ମାମଲାରେ ସୁପ୍ରିମକୋର୍ଟଙ୍କର ବଡ ରାୟ, ତଦନ୍ତ ପାଇଁ ଗଠନ କଲେ ଏକ କମିଟ୍

October 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପେଗାସସ୍ ଗୁପ୍ତଚର ମାମଲାରେ ସୁପ୍ରିମକୋର୍ଟଙ୍କର ବଡ ରାୟ, ତଦନ୍ତ ପାଇଁ ଗଠନ କଲେ ଏକ କମିଟ୍

ନୂଆଦିଲ୍ଲୀ: ପେଗାସସ୍ ଗୁପ୍ତଚର ମାମଲାରେ ସୁପ୍ରିମକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ରାୟ ଅନୁସାରେ କୋର୍ଟ ଏହି ଘଟଣାର ତଦନ୍ତ ପାଇଁ ତିନି ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଅବସରପ୍ରାପ୍ତ ଜଷ୍ଟିସ ଆର.ଭି ରାଭେନ୍ଦ୍ରନଙ୍କ ନେତୃତ୍ୱରେ ଏହି କମିଟି ଗଠନ କରାଯାଇଛି । ଏଥିରେ ଆଲୋକ ଜୋଶୀ ଏବଂ ସନ୍ଦୀପ ଓବରୋଇ ସଦସ୍ୟ ରହିଛନ୍ତି।

ପେଗାସସ୍ ମାମଲାରେ ସୁପ୍ରିମକୋର୍ଟରେ ଅନେକ ପିଟିସନ ଦାଖଲ କରାଯାଇଛି। ଆଜି ସୁପ୍ରିମକୋର୍ଟ ତିନିଜଣିଆ ଖଣ୍ଡପିଠ ଏହି ମାମଲାର ଶୁଣାଣି କରିଥିଲେ। ଏଥିରେ ଖୋଦ୍ ମୁଖ୍ୟ ବିଚାରପତି ଏନ.ଭି ରାମନା, ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ହିମା କୋହଲିଙ୍କ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି।

କୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ କୌଣସି ପ୍ରକାରର ବ୍ୟକ୍ତିଗତ ଗୁପ୍ତଚରକୁ ଆଦୌ ଗ୍ରହଣୀୟ ନୁହେଁ। ଅଦାଲତ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ କୌଣସି ସ୍ପଷ୍ଟ ଆଭିମୁଖ୍ୟ ନାହିଁ। କୌଣସି ପ୍ରକାରର ଗୋପନୀୟତା ଉଲ୍ଲଂଘନ ହେଲେ ସେହି ଘଟଣାର ତଦନ୍ତ କରିବାର ଆବଶ୍ୟକତା ରହିଛି ବୋଲି କୋର୍ଟ କହିଛନ୍ତି।

23 ସେପ୍ଟେମ୍ବରରେ ଏକ ମାମଲାର ଶୁଣାଣି ସମୟରେ ପ୍ରଧାନ ବିଚାରପତି ଏନ.ଭି ରାମନା କହିଥିଲେ ଯେ ସେ ଏକ କମିଟି ଗଠନ କରିବାକୁ ଚାହୁଁଛନ୍ତି। କିଛି ବିଶେଷଜ୍ଞ ବ୍ୟକ୍ତିଗତ କାରଣରୁ ଏହି କମିଟିରେ ଯୋଗଦେବାକୁ ସେମାନଙ୍କର ଅକ୍ଷମତା ପ୍ରକାଶ କରିଛନ୍ତି। ଏହି କାରଣରୁ ଏହି ରାୟ ପ୍ରଦାନରେ ବିଳମ୍ବ ହୋଇଥିଲା।

ପେଗାସସ୍ ମାମଲାର ନିରପେକ୍ଷ ତଦନ୍ତ ପାଇଁ ସୁପ୍ରିମକୋର୍ଟରେ 15 ଟି ଆବେଦନ ବିଚାରାଧୀନ ଅଛି। ବରିଷ୍ଠ ସାମ୍ବାଦିକ ଏନ ରାମ, ରାଜ୍ୟସଭା ସାଂସଦ ଜନ୍ ବ୍ରିଟାସ୍, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କ ସମେତ ଅନେକ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଏହି ଆବେଦନ କରିଛନ୍ତି।

ଏହି ପିଟିସନରେ କେନ୍ଦ୍ର ସରକାର ବହୁ ରାଜନେତା , ସାମ୍ବାଦିକ, ପୂର୍ବତନ ବିଚାରପତି ଏବଂ ସାଧାରଣ ନାଗରିକଙ୍କୁ ଗୁପ୍ତଚର ମାଧ୍ୟମରେ ଟ୍ରାକ କରାଯାଉଥିବାର ଅଭିଯୋଗ କରାଯାଇଛି। ସେପ୍ଟେମ୍ବର 13 ରେ ସୁପ୍ରିମକୋର୍ଟ ଏହି ମାମଲାର ତଦନ୍ତ ରାୟକୁ ସଂରକ୍ଷିତ ରଖିଥିଲେ। ଯାହା ଆଜି ରାୟ୍ ପ୍ରକାଶ କରିଛନ୍ତି।

ଏହି ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ନିଜ ଆଡୁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ପ୍ରସ୍ତାବ ଦେଇଥିଲେ ଯେଉଁଥିରେ ସରକାରଙ୍କର କୈଣସି ବ୍ୟକ୍ତି ରହିବେ ନାହିଁ। ଏହି କମିଟି କୋର୍ଟଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟ କରିବ ଏବଂ କୋର୍ଟକୁ ରିପୋର୍ଟ ଦେବେ ବୋଲି କୋର୍ଟକୁ ଜଣାଇଥିଲେ।

ପେଗାସସ୍ ଗୁପ୍ତଚର ବିଶେଷଜ୍ଞ କମିଟି ମୁଖ୍ୟ ବିଚାରପତି ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.