Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେଲା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ
ବିଶେଷ ଖବର

ଆରମ୍ଭ ହେଲା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

October 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଲିଲା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ବର: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ ନିମନ୍ତେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଆୟୋଗ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ଏହି ବୈଠକ ଆସନ୍ତା ନଭେମ୍ବର ୬ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ।

ବର୍ତ୍ତମାନ ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ନିୟମାନୁସାରେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ସଠିକ୍‌ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକି ବିଚାରବିମର୍ଶ କରିବା ପାଇଁ ସ୍ଥିର କରିଛନ୍ତି ।

ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳଙ୍କର ସଭାପତି କିମ୍ବା ସଂପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇପାରିବେ। କୋଭିଡ୍‌-୧୯ କଟକଣା ଦୃଷ୍ଟିରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ବୈଠକରେ ଯୋଗଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ଅନୁରୋଧ କରିଛନ୍ତି।

ନିର୍ବାଚନ ପଞ୍ଚାୟତ ନିର୍ବାଚନ ରାଜ୍ୟ ନିର୍ବାଚନ ଆୟୋଗ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଜଙ୍ଗଲରୁ ଅସହାୟ ମା’ଙ୍କୁ ଉଦ୍ଧାର କଲା ପୋଲିସ: ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଉଚ୍ଚ ପ୍ରଶଂସା କଲେ ବ୍ରହ୍ମପୁର ସାଂସଦ

June 17, 2026

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ସୁଯୋଗ ଦେଲେ ବାଚସ୍ପତି!: ଏବେ ବିଭାଜନରୁ ବଞ୍ଚିପାରିବ କି ଟିଏମସି?

June 17, 2026

ଆଫଗାନିସ୍ତାନକୁ ପରାସ୍ତ କରି ୧୦୧ ରନ୍ ରେ ଜିତିଲା ଭାରତ

June 17, 2026

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଜଙ୍ଗଲରୁ ଅସହାୟ ମା’ଙ୍କୁ ଉଦ୍ଧାର କଲା ପୋଲିସ: ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଉଚ୍ଚ ପ୍ରଶଂସା କଲେ ବ୍ରହ୍ମପୁର ସାଂସଦ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.